ନିବେଶକଙ୍କ ସ୍ବାର୍ଥକୁ ଏଲ୍‌ଆଇସିର ଗୁରୁତ୍ୱ

ନୂଆଦିଲ୍ଲୀ,୧।୨: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି)ର ଲକ୍ଷାଧିକ ଟଙ୍କା ଆଦାନୀ ଗ୍ରୁପ୍‌ରେ ଲାଗିଥିବା(ନିବେଶ ହୋଇଥିବା)କୁ ନେଇ ବିଭିନ୍ନ ଗଣମାଧ୍ୟମରେ ଭିନ୍ନ ଭିନ୍ନ ରିପୋର୍ଟ ପ୍ରକାଶ ପାଉଛି। ଏହି ପରିପ୍ରେକ୍ଷୀରେ ଏଲ୍‌ଆଇସି ପକ୍ଷରୁ ନିକଟରେ ଏକ ପ୍ରେସ୍‌ ବିବୃତି ଜାରି କରାଯାଇ ଆଦାନୀ ଓ ନିବେଶ ଏବଂ ନିବେଶକଙ୍କ ସମ୍ପର୍କରେ ବିସ୍ତୃତ ପ୍ରତିକ୍ରୟା ପ୍ରକାଶ କରାଯାଇଛି। ଏପରିକି ଏଲ୍‌ଆଇସି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ୨୦୨୨ ଡିସେମ୍ବର ଶେଷ ସୁଦ୍ଧା ଆଦାନୀ ଗ୍ରୁପ୍‌ର ଉଭୟ ଇକ୍ୱିଟ ଏବଂ ଡେବିଟ ବାବଦରେ ନିଗମର ମୋଟ ୩୫,୯୧୭,୩୧ କୋଟି ରହିଥିଲା। ସେହିଭଳି ୨୦୨୩ ଜାନୁୟାରୀ ୨୭ ମଧ୍ୟରେ ଏହାର ମାର୍କେଟ ଭାଲ୍ୟୁ ୫୬,୧୪୨ କୋଟି ଟଙ୍କାରେ ପହଞ୍ଚତ୍ଛି ବୋଲି ଏଲ୍‌ଆଇସି ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ଆଦାନୀ ଗ୍ରୁପ୍‌ କମ୍ପାନୀରେ ଅଦ୍ୟାବଧି ଏଲ୍‌ଆଇସିର ମୋଟ ୩୬,୪୭୪.୭୮ କୋଟି ଟଙ୍କା ନିବେଶ ହୋଇଥିବା ଜଣାପଡ଼ିଛି। ଏପରିକି ଆଦାନୀ ଗ୍ରୁପ୍‌ରେ ଏଲ୍‌ଆଇସିର ସମସ୍ତ ଡେବିଟ ସିକ୍ୟୁରିଟ କ୍ରେଡିଟ ରେଟିଂ ଏଏ ଲାଭ କରିଥିଲା। ବିଶେଷକରି ବୀମା ନିୟାମକ ଆଇଆର୍‌ଡିଏଆଇର ନିବେଶ ଅନୁପାଳନ ଅନୁସାରେ ସମସ୍ତ କାର୍ଯ୍ୟ କରାଯାଇଛି। ସେହିପରି ୨୦୨୨ସେପ୍ଟେମ୍ବର ଶେଷ ସୁଦ୍ଧା ଏଲ୍‌ଆଇସିର ପରିଚାଳନା ପୁଞ୍ଜି ମୋଟ ୪୧.୬୬ ଲକ୍ଷ କୋଟିରେ ରହିଥିଲାବେଳେ ସେଥିମଧ୍ୟରୁ ଆଦାନୀ ଗ୍ରୁପ୍‌ରେ ଏଲ୍‌ଆଇସିର ନିବେଶ ମାତ୍ର ୦.୯୭୫% ରହିଛି। ଫଳରେ ଆର୍ଥିକ ସ୍ଥିରତା ବଜାୟ ରଖିବା ଲାଗି ଲାଏବିଲିଟିର ଉଚିତ ଭାଲ୍ୟୁ ନିର୍ଦ୍ଧାରଣକୁ ନିଗମ ସବୁ ସମୟରେ ଗୁରୁତ୍ୱ ଦେବା ସହ ନିବେଶକଙ୍କ ସ୍ବାର୍ଥକୁ ସର୍ବୋପରି ବୋଲି ନିଗମ ମତପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri