ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।

ଭଞ୍ଜନଗର ସଙ୍କୁଳ ପ୍ରମୁଖ ପ୍ରସନ୍ନ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ସମାରୋହରେ କନ୍ଧମାଳ ସହଜିଲା ପ୍ରମୁଖ ତ୍ରିନାଥ ଗୌଡ଼ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଙ୍ଗୀତ ଶିକ୍ଷାର ମହତ୍ତ୍ୱ ଏବଂ ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ।

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ଭଞ୍ଜନଗରର ପ୍ରଧାନାଚାର୍ଯ୍ୟ ପୂର୍ଣ୍ଣଚନ୍ଦ୍ର ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କର୍ମଶାଳାର ଉଦ୍ଦେଶ୍ୟ ସମ୍ପର୍କରେ ଜ୍ଞାପନ କରିଥିଲେ। ସହ-ପ୍ରଧାନାଚାର୍ଯ୍ୟ ଉତ୍ତମ କୁମାର ମହାରଣା ଅତିଥି ଓ ପ୍ରଶିକ୍ଷକମାନଙ୍କର ପରିଚୟ ପ୍ରଦାନ କରିଥିଲେ।

ସମ୍ଭାଗ ସଙ୍ଗୀତ ପ୍ରମୁଖ ବାଲାଜୀ କୁମାର ସାହୁ ଏବଂ ସଙ୍କୁଳ ସଙ୍ଗୀତ ପ୍ରମୁଖ ଶର୍ମିଷ୍ଠା କୁମାରୀ ସାହୁ କର୍ମଶାଳାରେ ପ୍ରଶିକ୍ଷକ ଭାବେ ପ୍ରଶିକ୍ଷଣ ପ୍ରଦାନ କରୁଛନ୍ତି। ଶେଷରେ ବରିଷ୍ଠ ଗୁରୁଜୀ ସୁରେନ୍ଦ୍ରନାଥ ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କର୍ମଶାଳା ୨୫ ଜୁଲାଇ ସନ୍ଧ୍ୟାରୁ ଆରମ୍ଭ ହୋଇ ୨୬ ଜୁଲାଇ ଅପରାହ୍ନ ୨ଟା ୩୦ ମିନିଟ୍ ପର୍ଯ୍ୟନ୍ତ ଚାଲିବ। ସଙ୍କୁଳ ଅନ୍ତର୍ଗତ ବିଭିନ୍ନ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସଙ୍ଗୀତ ଆଚାର୍ଯ୍ୟ, ଆଚାର୍ଯ୍ୟା ଏବଂ ଶିଶୁ ଭାଇ-ଭଉଣୀମାନେ ଏହି କର୍ମଶାଳାରେ ଅଂଶଗ୍ରହଣ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ, ଜାଣନ୍ତୁ…

ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ…

ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି…

ବ୍ରିକ୍ସ (BRICS) ସମ୍ମିଳନୀର ମିଳିତ ଘୋଷଣାନାମା ଉପରେ ଆଲୋଚନା: ଭାରତ ପାଇଁ ବଡ଼…

ନୂଆଦିଲ୍ଲୀ,୧୦।୯: ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ମିଳିତ ଘୋଷଣାନାମା ପ୍ରସ୍ତୁତି କ୍ଷେତ୍ରରେ ଏକ ବାଧା ଉପୁଜିଛି। ଭାରତର ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀ ପାଇଁ…

ଚାପୁଡ଼ା ମାଡ଼ର ଭୟଙ୍କର ପ୍ରତିଶୋଧ! ଫାର୍ମହାଉସରେ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତ ‘ଦିଗା’ ଗିରଫ

ଦିଗପହଣ୍ଡି, ୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ତିଳେଶ୍ୱର ଗ୍ରାମର ପ୍ରମୁଖ ଗ୍ରାମ୍ୟ କମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମାନନ୍ଦ (ପ୍ରେମା)…

ଦାଦନ ଯନ୍ତ୍ରଣା: ଆନ୍ଧ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର, ୧୦ା୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ଯନ୍ତ୍ରଣାର ଆଉ ଏକ ଚିତ୍ର ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିବା…

କୋରାପୁଟ MP ସପ୍ତଗିରି ଉଲାକାଙ୍କୁ ମିଳିଲା ‘ସଂସଦ ରତ୍ନ’ ଉପାଧି! କଲ୍ୟାଣସିଂହପୁର ବ୍ଲକ କଂଗ୍ରେସ ପକ୍ଷରୁ ଉତ୍ସବ ଓ ସମ୍ବର୍ଦ୍ଧନା

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଆଜି ଏକ ବିଶେଷ ଉତ୍ସବ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ…

ଟିଉସନ୍‌ରୁ ଘରକୁ ଫେରୁଥିବା ସମୟରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ, ୫ ଲକ୍ଷ ସହାୟତା…

ବ୍ରହ୍ମପୁର,୧୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ବ୍ରହ୍ମପୁର ଫାଷ୍ଟଟ୍ରାକ୍ ପୋକସୋ କୋର୍ଟର ଜଜ୍ ରୋହିତ ଲାଲ ପଣ୍ଡା ଆଜି…

ବନ୍ଧାକୋବି ଭିତରେ ହେଉଥିଲା ଗଞ୍ଜେଇ ଚାଲାଣ, ମାଡି ବସିଲା ପୋଲିସ

ବାଲିମେଳା,୧୦।୯(ଶିବଦତ୍ତ ସାହୁ): ମାଫିଆମାନେ ବିଭିନ୍ନ ଅଭିନବ ଉପାୟରେ ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ କରୁଥିବା ଘଟଣା ସାମ୍ନାକୁ ଆସୁଛି। ବଡ଼ ଚତୁରତାର ସହିତ ଏକ ପିକଅପ ଭ୍ୟାନ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri