‘ଦ୍ୱିପାକ୍ଷିକ ବାଣିଜ୍ୟ କ୍ଷେତ୍ରରେ ନୂଆ ଆହ୍ବାନକୁ ଗୁରୁତ୍ୱ’

ଭୁବନେଶ୍ୱର,୭।୧୨: ସୀମାଶୁଳ୍କ ଆୟୋଗ ଭୁବନେଶ୍ୱର ପକ୍ଷରୁ କଷ୍ଟମ୍‌ସ ଆକ୍ଟ ବା ସୀମାଶୁଳ୍କ ଅଧିନିୟମ-୧୯୬୨ର ୬୦ତମ ବାର୍ଷିକ ଉତ୍ସବ ସୋମବାର ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସେସ୍‌ ଅଡିଟୋରିୟମରେ ପାଳିତ ହୋଇଯାଇଛି। ଏହି ଅବସରରେ ପୂର୍ବତଟ ରେଳପଥର ଜିଏମ ରୂପ୍‌ ନାରାୟଣ ସୁନ୍‌କର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଚିଫ୍‌ ପୋଷ୍ଟ ମାଷ୍ଟର ଜେନେରାଲ ଭୁବନେଶ୍ୱର ଶୁଭେନ୍ଦୁ କୁମାର ସ୍ବାଇଁ, କଟକ-ଭୁବନେଶ୍ୱର ପୋଲିସ କମିଶନର ଏସ୍‌. କେ. ପ୍ରିୟଦର୍ଶୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏ ସମ୍ପର୍କରେ ସୀମାଶୁଳ୍କ ବିଭାଗ ଭୁବନେଶ୍ୱରର କମିଶନର୍‌ ମାଧବ ମିଶ୍ର, ସୀମାଶୁଳ୍କ ଅଧିନିୟମ-୧୯୬୨ର ୬୦ବର୍ଷ ପୂର୍ତ୍ତି ଅବସରରେ ଶୁଭେଚ୍ଛା ଜଣାଇବା ସହ ସମଗ୍ର ଇକୋସିଷ୍ଟମର ହିତାଧିକାରୀଙ୍କ ମଧ୍ୟରେ ପରିବ୍ୟାପ୍ତ ବିଶ୍ୱ ବାଣିଜ୍ୟ ସଂଗଠନ (ଡବ୍ଲ୍ୟୁଟିଓ)ର ନିର୍ଦ୍ଦେଶାବଳୀ ଅନୁଯାୟୀ ସହଜ ବ୍ୟବସାୟ ଓ କାରବାର ସୁବିଧା ଏବଂ ଅନ୍ତର୍ଜାତୀୟ ସମ୍ପର୍କକୁ ମଜଭୁତ କରିବା ପାଇଁ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ଏହି ପରିପ୍ରେକ୍ଷୀରେ ସେ ଅଧିକାରୀମାନଙ୍କୁ ଦ୍ୱିପାକ୍ଷିକ ବାଣିଜ୍ୟ କ୍ଷେତ୍ରରେ ନୂଆ ଆହ୍ବାନଗୁଡିକର ମୁକାବିଲା କରିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଲାଗି ଆହ୍ବାନ କରିଛନ୍ତି। ସେହିଭଳି ଜିଏସ୍‌ଟି ଏବଂ କେନ୍ଦ୍ରୀୟ ଉପତ୍ାଦ ଓ ସୀମାଶୁଳ୍କ ବିଭାଗ ଭୁବନେଶ୍ୱରର ମୁଖ୍ୟ କମିଶନର୍‌ ବିଜୟ କୁମାର କର ଅନ୍ତର୍ଜାତୀୟ ସୀମାକୁ ସୁରକ୍ଷିତ ରଖିବାରେ ସୀମାଶୁଳ୍କର ଭୂମିକା ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ପରିଶେଷରେ ଜିଏସ୍‌ଟି, କେନ୍ଦ୍ରୀୟ ଉପତ୍ାଦ ଓ ସୀମାଶୁଳ୍କ ବିଭାଗ, ଭୁବନେଶ୍ୱର ଅତିରିକ୍ତ କମିଶନର ଗୋପାଳକୃଷ୍ଣ ପତି ଧନ୍ୟବାଦ ଅଭିଭାଷଣ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ବଜାରରେ ଷ୍ଟାର୍ଟଅପ୍‌ର ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୨୯।୪ (ଅଭୟ ଦାଶ):କ୍ରମାଗତ ଭାବେ ଘରୋଇ ବଜାରରେ ଷ୍ଟାର୍ଟଅପ ସଂଖ୍ୟାର ଉଲ୍ଲେଖନୀୟ ଅଭିବୃଦ୍ଧି ସହିତ ସଫଳତା ମଧ୍ୟ ହାସଲ କରିଛି। ଏପରିକି ୨୦୧୪ରେ ପ୍ରାୟ ୩୫୦...

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri