ଶୃଙ୍ଖଳିତ, ଅବାଧ ନିର୍ବାଚନକୁ ଗୁରୁତ୍ୱ

ଭୁବନେଶ୍ୱର,୧୯ା୩(ସୂର୍ଯ୍ୟକାନ୍ତ ବେହେରା):ରାଜ୍ୟରେ ଆସନ୍ତା ମେ ଓ ଜୁନ୍‌ରେ ୪ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହାକୁ ନଜର ରଖି ସୋମବାର ଓଡ଼ିଶା ପୋଲିସ ପକ୍ଷରୁ ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଭିଡିଓ କନ୍‌ଫରେନ୍ସରେ ପଡୋଶୀ ପଶ୍ଚିମବଙ୍ଗ, ଛତିଶଗଡ ଏବଂ ଝାଡଖଣ୍ଡର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏକ ଆନ୍ତଃରାଜ୍ୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀଙ୍କ ସମେତ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ। ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାରି ସମସ୍ତ ନିୟମାବଳୀକୁ ଠିକ୍‌ ଭାବେ ପାଳନ କରିବା ସହ ଶାନ୍ତିପୂର୍ଣ୍ଣ, ଅବାଧ, ଅପରାଧମୁକ୍ତ ଏବଂ ନିରପେକ୍ଷତାର ସହ ନିର୍ବାଚନ ପରିଚାଳନା ସମ୍ପର୍କରେ ବୈଠକରେ ମତପ୍ରକାଶ ପାଇଥିଲା। ବିଶେଷକରି ରାଜ୍ୟର ସୀମାବର୍ତ୍ତୀ ଜିଲାଗୁଡିକରେ ନିର୍ବାଚନ ପ୍ରକ୍ରିୟାକୁ ଶାନ୍ତିଶୃଙ୍ଖଳାର ସହ ସମାପ୍ତ କରାଯିବା ଉପରେ ଅଧିକାରୀମାନେ ଗୁରୁତ୍ୱ ଦେଇଥିଲେ। ମାଓବାଦୀ ପ୍ରବଣ ଜିଲାଗୁଡିକରେ ନିର୍ବାଚନ ସମ୍ପର୍କିତ ହିଂସା, ରାଜ୍ୟର ସୀମା ତନଖି ଫାଟକରେ କଡାକଡି ଯାଞ୍ଚ, ସମ୍ବେଦନଶୀଳ ସ୍ଥାନଗୁଡିକରେ ଯାନବାହନ ଯାଞ୍ଚ, ଅବକାରୀ ଧରପଗଡ, ବେଆଇନ ମାରଣାସ୍ତ୍ର, ବେଆଇନ ମଦ କାରବାର ଓ ବେଆଇନ ଟଙ୍କା କାରବାର ରୋକିବାକୁ ଆଲୋଚନା ହୋଇଥିଲା। ଏହାସହ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଖବର ପରିବେଷଣ ରୋକାଯିବା ସଂକ୍ରାନ୍ତରେ ମଧ୍ୟ ବୈଠକରେ ମତପ୍ରକାଶ ପାଇଥିଲା। ଏହି ବୈଠକରେ ରାଜ୍ୟର ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ମୁଖ୍ୟାଳୟ) ଆର.କେ.ଶର୍ମା, ଗୋଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶନ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଗୋଇନ୍ଦା ଆଇଜିପି ଅନୁପ ସାହୁ, ଅପରେଶନ ଆଇଜି ଦେବଦତ୍ତ ସିଂହ, ସ୍ପେଶାଲ ଇଣ୍ଟେଲିଜେନ୍ସ ୱିଙ୍ଗର ଡିଆଇଜି ଉମାଶଙ୍କର ଦାଶ ,ଏସ୍‌.ପି(ହେଡକ୍ୱାର୍ଟର୍ସ) ବି. ଗଙ୍ଗାଧରଙ୍କ ସମେତ ବିଭିନ୍ନ ରେଞ୍ଜର ଆଇଜି, ଡିଆଇଜି ଏବଂ ସୀମାବର୍ତ୍ତୀ ଜିଲାଗୁଡିକର ଏସ୍‌ପିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?