ଭୁବନେଶ୍ୱର,୧୧।୭: ଦେଶର କୃଷକ ଓ କୃଷି କ୍ଷେତ୍ରକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେବା ସହିତ କୃଷକ ଉତ୍ପାଦକ ସଂଗଠନ(ଏଫ୍ପିଓ)ଗୁଡ଼ିକ ଜରିଆରେ ପ୍ରାଥମିକ କୃଷି କ୍ରେଡିଟ୍ ସୋସାଇଟି (ପିଏସିଏସ)ଗୁଡିକୁ ମଜଭୁତ କରିବାକୁ ଗୁରୁତ୍ୱାରୋପ କରୁଛନ୍ତି। ୨୦୨୩ ଜୁଲାଇ ୧୪ରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ନୂଆଦିଲ୍ଲୀଠାରେ ଆୟୋଜିତ ହେବାକୁ ଥିବା ଏକ ଦିନିକିଆ ମେଗା କନ୍କ୍ଲେଭକୁ କେନ୍ଦ୍ର ସମବାୟ ମନ୍ତ୍ରୀ ଅମିତ ଶାହା ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଉକ୍ତ କନ୍କ୍ଲେଭରେ କୃଷକ ଉତ୍ପାଦକ ସଂଗଠନଗୁଡିକ ଜରିଆରେ ପ୍ରାଥମିକ କୃଷି କ୍ରେଡିଟ୍ ସୋସାଇଟିଗୁଡିକୁ ମଜଭୁତ କରିବାର ବିଭିନ୍ନ ଦିଗ ଓ ଉପାୟ ଉପରେ ବିସ୍ତୃତ ଆଲୋଚନା ହେବ ବୋଲି ଜଣାପଡିଛି। ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସାକାର ସେ ସମୃଦ୍ଧି ଏବଂ ଅମିତ ଶାହାଙ୍କ ଉଦ୍ୟମକୁ କାର୍ଯ୍ୟକାରୀ କରିବା ପାଇଁ ନିକଟରେ ସମବାୟ କ୍ଷେତ୍ରର ୧୧୦୦ ନୂତନ ଏଫପିଓ ସଂଗଠନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ବିଶେଷ କରି ଏଫପିଓ ଯୋଜନା ଅଧୀନରେ ପ୍ରତ୍ୟେକ ଏଫପିଓଏସକୁ ୩୩ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଏବଂ ପ୍ରୋତ୍ସାହନ ତଥା ପରିଚାଳନା ପାଇଁ କ୍ଲଷ୍ଟର ଆଧାରିତ ବ୍ୟବସାୟ ସଂଗଠନ(ସିବିବିଓ)ଗୁଡିକୁ ୨୫ଲକ୍ଷ ଟଙ୍କା ଆର୍ଥିକ ସହାୟତା ମଧ୍ୟ ଯୋଗାଇ ଦିଆଯିବ। ଚାଷକୁ ସ୍ଥାୟୀ କରିବା ଏବଂ ଜୀବିକା ନିର୍ବାହ ତଥା କୃଷି ଉପରେ ନିର୍ଭରଶୀଳ ଲୋକଙ୍କ ଜୀବନରେ ଉନ୍ନତି ଆଣିବାରେ ଏଫପିଓଏସଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏଫପିଓଏସ କ୍ଷୁଦ୍ର ଏବଂ କ୍ଷୁଦ୍ର କୃଷକ ଉତ୍ପାଦକମାନଙ୍କୁ ଉନ୍ନତ ମୂଲ୍ୟରେ ବଜାରର ପ୍ରବେଶ, ପରିବହନ ମୂଲ୍ୟ ହ୍ରାସ କରିବା ଏବଂ ସାମଗ୍ରିକ ଉତ୍ପାଦନ ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ ।
LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…
ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…
ଚଳନ୍ତା ଟ୍ରେନ୍ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…
ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…
ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…
ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…
ବିଦ୍ୟୁତ୍ କାଟ୍କୁ ନେଇ ବଢୁଛି ଅସନ୍ତୋଷ
ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…
୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା
ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…
ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ
ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…
ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ
ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍ସି ବିପକ୍ଷ ଗେମ୍ ପୂର୍ବରୁ ଇରାନ…
ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା
ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…
Archives

