ପାକ୍ସ ମଜଭୁତକୁ ଗୁରୁତ୍ୱ

ଭୁବନେଶ୍ୱର,୧୧।୭: ଦେଶର କୃଷକ ଓ କୃଷି କ୍ଷେତ୍ରକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେବା ସହିତ କୃଷକ ଉତ୍ପାଦକ ସଂଗଠନ(ଏଫ୍‌ପିଓ)ଗୁଡ଼ିକ ଜରିଆରେ ପ୍ରାଥମିକ କୃଷି କ୍ରେଡିଟ୍‌ ସୋସାଇଟି (ପିଏସିଏସ)ଗୁଡିକୁ ମଜଭୁତ କରିବାକୁ ଗୁରୁତ୍ୱାରୋପ କରୁଛନ୍ତି। ୨୦୨୩ ଜୁଲାଇ ୧୪ରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ନୂଆଦିଲ୍ଲୀଠାରେ ଆୟୋଜିତ ହେବାକୁ ଥିବା ଏକ ଦିନିକିଆ ମେଗା କନ୍‌କ୍ଲେଭକୁ କେନ୍ଦ୍ର ସମବାୟ ମନ୍ତ୍ରୀ ଅମିତ ଶାହା ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଉକ୍ତ କନ୍‌କ୍ଲେଭରେ କୃଷକ ଉତ୍ପାଦକ ସଂଗଠନଗୁଡିକ ଜରିଆରେ ପ୍ରାଥମିକ କୃଷି କ୍ରେଡିଟ୍‌ ସୋସାଇଟିଗୁଡିକୁ ମଜଭୁତ କରିବାର ବିଭିନ୍ନ ଦିଗ ଓ ଉପାୟ ଉପରେ ବିସ୍ତୃତ ଆଲୋଚନା ହେବ ବୋଲି ଜଣାପଡିଛି। ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସାକାର ସେ ସମୃଦ୍ଧି ଏବଂ ଅମିତ ଶାହାଙ୍କ ଉଦ୍ୟମକୁ କାର୍ଯ୍ୟକାରୀ କରିବା ପାଇଁ ନିକଟରେ ସମବାୟ କ୍ଷେତ୍ରର ୧୧୦୦ ନୂତନ ଏଫପିଓ ସଂଗଠନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ବିଶେଷ କରି ଏଫପିଓ ଯୋଜନା ଅଧୀନରେ ପ୍ରତ୍ୟେକ ଏଫପିଓଏସକୁ ୩୩ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଏବଂ ପ୍ରୋତ୍ସାହନ ତଥା ପରିଚାଳନା ପାଇଁ କ୍ଲଷ୍ଟର ଆଧାରିତ ବ୍ୟବସାୟ ସଂଗଠନ(ସିବିବିଓ)ଗୁଡିକୁ ୨୫ଲକ୍ଷ ଟଙ୍କା ଆର୍ଥିକ ସହାୟତା ମଧ୍ୟ ଯୋଗାଇ ଦିଆଯିବ। ଚାଷକୁ ସ୍ଥାୟୀ କରିବା ଏବଂ ଜୀବିକା ନିର୍ବାହ ତଥା କୃଷି ଉପରେ ନିର୍ଭରଶୀଳ ଲୋକଙ୍କ ଜୀବନରେ ଉନ୍ନତି ଆଣିବାରେ ଏଫପିଓଏସଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏଫପିଓଏସ କ୍ଷୁଦ୍ର ଏବଂ କ୍ଷୁଦ୍ର କୃଷକ ଉତ୍ପାଦକମାନଙ୍କୁ ଉନ୍ନତ ମୂଲ୍ୟରେ ବଜାରର ପ୍ରବେଶ, ପରିବହନ ମୂଲ୍ୟ ହ୍ରାସ କରିବା ଏବଂ ସାମଗ୍ରିକ ଉତ୍ପାଦନ ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?