ପ୍ଲାଷ୍ଟିକ୍‌ମୁକ୍ତ ବଣଭୋଜିକୁ ଗୁରୁତ୍ୱ

ବରଗଡ଼,୨୫।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ବୈଷ୍ଣୋଦେବୀ ମନ୍ଦିର ପୀଠ ତୁରୁଙ୍ଗାରେ ଶନିବାର ପ୍ଲାଷ୍ଟିକମୁକ୍ତ ବଣଭୋଜି ଆୟୋଜନ ଉପରେ ଏକ ସଭା ହୋଇଥିଲା। ବନାଞ୍ଚଳ ଅଧିକାରୀ ରଞ୍ଜିତ ସିଂହ ବାବୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବରଗଡ଼ ବନଖଣ୍ଡ ଅଧିକାରୀ ସରୋଜ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସହକାରୀ ବନ ସଂରକ୍ଷକ ଡଃ ହରମୋହନ ରଥ, ବରଗଡ଼ ସେକ୍ସନ ଫରେଷ୍ଟର ସୁଦୀପ୍ତ କୁମାର ରଥ ସମ୍ମାନୀତ ଅତିଥି ଭାବେ ଯୋଗଦାନ କରିଥିଲେ। ସେହିପରି ଅବସରପ୍ରାପ୍ତ ଶିକ୍ଷକ ତଥା ପ୍ରକୃତି ବନ୍ଧୁ ଡ଼ୋଲାମଣି ଶତପଥୀ, ଆଞ୍ଚଳିକ ହାଇସ୍କୁଲ ଶ୍ରୀହରି ନଗରର ପ୍ରଧାନ ଶିକ୍ଷୟିତ୍ରୀ ବୈଜୟନ୍ତୀ ଦଳପତି, ପ୍ରକୃତି ବନ୍ଧୁ ନୀଳକଣ୍ଠ ସା, ପ୍ରକୃତି ପ୍ରେମୀ ମୀନକେତନ ସାହୁ, ସ୍ବେଚ୍ଛାସେବୀ ପୁରନ୍ଦର ଭୋସାଗର, ପୂର୍ବତନ ସରପଞ୍ଚ ପୁରନ୍ଦର ସେଠ୍‌, ପ୍ରଶ୍ନ ଭୁଏ, ବରଗଡ଼ ବନାଞ୍ଚଳର ସମସ୍ତ ପଦାଧିକାରୀ, ଏସ୍‌ଏଚ୍‌ଜି ମହିଳା, ଛାତ୍ରୀଛାତ୍ରମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ସଭାରେ ପ୍ଲାଷ୍ଟିକମୁକ୍ତ ଅଭିଯାନର ଏକ ପଦଯାତ୍ରା ବଣଭୋଜିସ୍ଥଳୀକୁ ଯାଇ ପ୍ଲାଷ୍ଟିକ ଅଳିଆ ଆବର୍ଜନା ସଫା କରିବା ସହିତ ଏକକ ବ୍ୟବହାର ପ୍ଲାଷ୍ଟିକ ଦ୍ବାରା ପରିବେଶରେ ହେଉଥିବା କ୍ଷତି ବିଷୟରେ ଆଲୋଚନା କରାଯାଇଥିଲା। ପ୍ଲାଷ୍ଟିକ ଦ୍ୱାରା ପ୍ରକୃତି ଉପରେ କିପରି କୁପ୍ରଭାବ ପଡୁଛି, ସେହି ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରାଯିବା ସହିତ ପ୍ଲାଷ୍ଟିକର ପୁନଃଚକ୍ରଣ, ପୁନଃ ବ୍ୟବହାର ଇତ୍ୟାଦି ବିଷୟରେ ସମସ୍ତେ ମତ ରଖିଥିଲେ। ବରଗଡ଼ ସେକ୍ସନ ଫରେଷ୍ଟର ସୁଦୀପ୍ତ ରଥ ଧନ୍ୟବାଦ ଅର୍ପଣ କରିଥିଲେ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬,୬,୬,୬…, ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ଦାଜରେ ବ୍ୟାଟିଂ କଲେ ସଞ୍ଜୁ, ଷ୍ଟ୍ରାଇକ ରେଟ୍‌ ଦେଖି ଉଡ଼ିଯିବ ହୋସ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚରେ ବ୍ୟାଟରେ ଜବରଦସ୍ତ ଜବାବ ଦେଇଛନ୍ତି ସଞ୍ଜୁ ସାମସନ। ପ୍ରଥମ ମ୍ୟାଚରେ ମାତ୍ର ୧୦ ରନ କରି ଆଉଟ ହୋଇଥିବା…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?