‘ବାତ୍ୟା ପରବର୍ତ୍ତୀ ବିଦ୍ୟୁତ୍‌ ପୁନରୁଦ୍ଧାରକୁ ଗୁରୁତ୍ୱ’

ଭୁବନେଶ୍ୱର,୪।୧୨(ବ୍ୟୁରୋ): ବାତ୍ୟା ‘ଜୱାଦ୍‌’କୁ ନେଇ ଶକ୍ତି ବିଭାଗର ପ୍ରସ୍ତୁତିକୁ ସମୀକ୍ଷା କରିଛନ୍ତି ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର। ବିଦ୍ୟୁତ୍‌ ଯୋଦ୍ଧାଙ୍କୁ ପ୍ରଶଂସା କରି ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାରବେଳେ କର୍ମଚାରୀ ନିଜକୁ ସୁରକ୍ଷିତ ରଖି କାର୍ଯ୍ୟକରିବା, ସୁରକ୍ଷା ପ୍ରବନ୍ଧନ ପ୍ରତି ସଚେତନ ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ସମସ୍ତ ବିଦ୍ୟୁତ ବିତରଣ କମ୍ପାନୀଗୁଡ଼ିକର ପ୍ରସ୍ତୁତି ସମ୍ପର୍କିତ ତଥ୍ୟ ଉପସ୍ଥାପନ ପାଇଁ କହିଥିଲେ। ଏଥିସହ ପାଣିପାଗ ବିଭାଗର ତଥ୍ୟ ଉପରେ ସର୍ବଦା ନଜର ରଖି ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଥିଲେ। ପୁରୀ ନିକଟରେ ବାତ୍ୟା ଅତିକ୍ରମ କରିବା ସମ୍ଭାବନା ଥିବାରୁ ସେଠାରେ ବିଦ୍ୟୁତ୍‌ ବ୍ୟବସ୍ଥା କ୍ଷତିଗ୍ରସ୍ତ ଆଶଙ୍କା ରହିଛି। ଗତ ‘ୟାସ୍‌’ ବାତ୍ୟା ପରେ ବିଦ୍ୟୁତ ବ୍ୟବସ୍ଥାର ସୁଦୃଢ଼ୀକରଣ କରାଯାଇଥିବାରୁ କ୍ଷୟକ୍ଷତି କମ୍‌ ହେବ ବୋଲି ଆଶା କରାଯାଉଛି। ଖାଲୁଆ ଅଞ୍ଚଳ ପାଇଁ ଆଗୁଆ ଭାବେ ପାଣିପମ୍ପ, ଡିଜି ସେଟ୍‌ ଏବଂ ଆସ୍କା ଲାଇଟ୍‌ ବ୍ୟବସ୍ଥା କରିବା ସହିତ ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜନ ସକାଶେ ଟିମ୍‌ ଗଠନ, ଯାନ ପ୍ରସ୍ତୁତି ମୋବାଇଲ୍‌ ଚାର୍ଜର, ସାଟେଲାଇଟ୍‌ ଫୋନ୍‌ ଭଳି ବ୍ୟବସ୍ଥା ଉପଲବ୍ଧ କରିବା ଉପରେ ଗୁରୁତ୍ୱ ଦିଆଯାଇଛିା ା ଏଥିସହିତ ଗ୍ରୀଡ୍‌କୋ ମୁଖ୍ୟାଳୟରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ସ୍ଥାପନ କରାଯାଇଛି। ଏଥିସହ ବାତ୍ୟାକୁ ଦୃଷ୍ଟିରେ ରଖି ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri