Posted inଜାତୀୟ

କରୋନା ମୁକାବିଲାରେ ଜନଭାଗିଦାରୀକୁ ଗୁରୁତ୍ୱ

ନୂଆଦିଲ୍ଲୀ, ୧୫।୪: ଦେଶରେ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ସ୍ଥିତି ଏବଂ ଟିକାକରଣ ସମ୍ପର୍କରେ ବୁଧବାର ସମସ୍ତ ରାଜ୍ୟର ରାଜ୍ୟପାଳ ଓ ଉପରାଜ୍ୟପାଳମାନଙ୍କ ସହ ଆଲୋଚନା କରିଛନ୍ତି। ମହାମାରୀ ବିରୋଧରେ ଲଢ଼େଇ ପାଇଁ ଜନସାଧାରଣଙ୍କ କର୍ତ୍ତବ୍ୟ ବୋଧ ସବୁଠୁ ବଡ଼ ଶକ୍ତି। ଗତବର୍ଷ ମହାମାରୀ ବିରୋଧରେ ଲଢ଼େଇ କରିଥିବା କୋଭିଡ୍‌ ଯୋଦ୍ଧାମାନଙ୍କୁ ମୋଦି ପ୍ରଶଂସା କରିଥିଲେ। ଏବେ ସେହିଭଳି ମାନସିକତା ସହ ଜନଭାଗିଦାରୀକୁ ପ୍ରୋତ୍ସାହିତ କରାଯିବା ଆବଶ୍ୟକ ବୋଲି ଭର୍ଚୁଆଲ ବୈଠକରେ ପ୍ରଧାନମନ୍ତ୍ରୀ କହିଛନ୍ତି। ପର୍ଯ୍ୟାପ୍ତ ପରିମାଣରେ କୋଭିଡ୍‌ ଟିକା ଉପଲବ୍ଧ ନେଇ ସେ ପ୍ରତିଶ୍ରୁତି ଦେଇଛନ୍ତି। ରାଜ୍ୟ ସରକାରଙ୍କ ସହ ସାମାଜିକ ଅନୁଷ୍ଠାନଗୁଡ଼ିକ ଯେପରି ନିରବିଚ୍ଛିନ୍ନ ଭାବେ ସମନ୍ବୟ ରଖି ମହାମାରୀ ବିରୋଧୀ ଲଢ଼େଇରେ ସାମିଲ ହେବେ ସେଥିପାଇଁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଥିଲେ।
ସେହିପରି ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ ରାଜ୍ୟପାଳମାନଙ୍କ ସହ କଥା ହେବା ଅବସରରେ କରୋନାକୁ ପରାଜିତ କରିବାକୁ ହେଲେ ରାଜନୈତିକ ମତପାର୍ଥକ୍ୟ ଭୁଲି ସମସ୍ତେ ଏକାଠି କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ସେ କୋଭିଡ୍‌ ପରୀକ୍ଷା, କଣ୍ଟାକ୍ଟ ଟ୍ରେସିଂ ଏବଂ ଚିକିତ୍ସା ବଢ଼ାଇବା ଉପରେ ଗୁରୁତ୍ୱାରୋପ କରିଥିଲେ। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ ମଧ୍ୟ ଆଲୋଚନାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri