କାର୍ବନ ନିର୍ଗମନ ହ୍ରାସକୁ ଗୁରୁତ୍ୱ

ଭୁବନେଶ୍ୱର,୨୬।୫: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌) ପକ୍ଷରୁ ରପ୍ତାନି ପାଇଁ ଯାଜପୁରର ଏପିଜେ ଲଜିଷ୍ଟିକ୍ସରୁ ରେକ୍‌ ଜରିଆରେ ପ୍ରଥମ ମଲ୍‌ଟି-ମୋଡାଲ କଣ୍ଟେନରାଇଜଡ୍‌ ପରିବହନର ଶୁଭାରମ୍ଭ କରାଯାଇଛି। ଏପରିକି କମ୍ପାନୀ ପ୍ରଥମ ଥର ପାଇଁ ସଡ଼କ, ରେଳ ଓ ସମୁଦ୍ର ପରିବହନର ମିଶ୍ରଣକୁ ଉପଯୋଗ କରିଛି, ଯାହା ଦୀର୍ଘସ୍ଥାୟୀ ଓ ପରିବେଶ ଅନୁକୂଳ ସପ୍ଲାଏ ଚେନ୍‌ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କୁହାଯାଉଛି। ସେହିଭଳି ଏକ ସବୁଜ ଭବିଷ୍ୟତ ଲାଗି ଅଧିକ ଦୀର୍ଘସ୍ଥାୟୀ ପ୍ରଥା ଗ୍ରହଣ କରିବାର ଆବଶ୍ୟକତାକୁ ହୃଦୟଙ୍ଗମ କରି ଟିଏସ୍‌ଏମ୍‌ଏଲ୍‌ ପକ୍ଷରୁ କାର୍ବନ ନିର୍ଗମନ ହ୍ରାସ କରିବା ନିମନ୍ତେ ଏଭଳି ଏକ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି।
ଏ ସମ୍ପର୍କରେ ଟାଟା ଷ୍ଟିଲ୍‌ ମାଇନିଂର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ସତିଜା କହିଛନ୍ତି, ଦୀର୍ଘସ୍ଥାୟୀ ବ୍ୟବସାୟ ପ୍ରଥା ପ୍ରତି ଆମେ ସର୍ବଦା ପ୍ରତିବଦ୍ଧ ରହିଛୁ। ବିଶେଷକରି ରେକ୍‌ ଜରିଆରେ ରପ୍ତାନି ପାଇଁ କଣ୍ଟେନରରେ ଫେରୋ ଆଲଏଜ୍‌ର ମଲ୍‌ଟି-ମୋଡାଲ ପରିବହନ ଉକ୍ତ ଦିଗରେ ଏକ ଠିକ୍‌ ପଦକ୍ଷେପ ବୋଲି ସତିଜା ମତବ୍ୟକ୍ତ କରିଛନ୍ତି। ବିଶେଷକରି ସଡ଼କ, ରେଳ ଓ ସମୁଦ୍ର ପରିବହନକୁ ସମନ୍ବିତ କରିବା ସହ କମ୍ପାନୀର ରେଳ କ୍ଷମତାକୁ ବଢ଼ାଇ କାର୍ବନ ଫୁଟ୍‌ପ୍ରିଣ୍ଟ୍‌କୁ ଆହୁରି ହ୍ରାସ କରିବା ଏବଂ ଏକ ସବୁଜ ଭବିଷ୍ୟତ ଗଠନରେ ଯୋଗଦାନ ଦେବାକୁ ଆମେ ଲକ୍ଷ୍ୟ ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri