Posted inଜାତୀୟ

କୋର୍ଟରେ ଆଞ୍ଚଳିକ ଭାଷାକୁ ଗୁରୁତ୍ୱ ପ୍ରଦାନ ଜରୁରୀ, ମୌସୁମୀ ଅଧିବେଶରେ ୭୧ ହେବ ଆଇନ ରଦ୍ଦ…

ଜୟପୁର,୧୬।୭ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଶନିବାର ଜୟପୁରରେ କହିଛନ୍ତି ଯେ ନିମ୍ନ ଅଦାଲତ ଏବଂ ହାଇକୋର୍ଟରେ ଆଞ୍ଚଳିକ ତଥା ସ୍ଥାନୀୟ ଭାଷାକୁ ଗୁରୁତ୍ୱପ୍ରଦାନ କରାଯିବା ଉଚିତ। ସେ କହିଛନ୍ତି ଯେ ମାତୃଭାଷାକୁ ଇଂଲିଶ୍‌ଠାରୁ କମ ବିବେଚନା କରାଯିବା ଉଚିତ ନୁହେଁ। ସଂସଦର ମୌସୁମୀ ଅଧିବେଶନରେ ୭୧ଟି ଆଇନକୁ ରଦ୍ଦ କରାଯିବ ବୋଲି ସେ କହିଛନ୍ତି।

ଜୟପୁରରେ ଅନୁଷ୍ଠିତ ଅଲ ଇଣ୍ଡିଆ ଆଇନ ସେବା ପ୍ରାଧିକରଣର ସମ୍ମିଳନୀର ଉଦଘାଟନୀ ଅଧିବେଶନରେ ରିଜିଜୁ ଏହା କହିଛନ୍ତି। ସେ କହିଛନ୍ତି ଯେ ସୁପ୍ରିମକୋର୍ଟରେ ବିତର୍କ ଏବଂ ରାୟ ଇଂଲିଶ୍‌ରେ କରାଯାଉଛି। କିନ୍ତୁ ହାଇକୋର୍ଟ ଏବଂ ନିମ୍ନ ଅଦାଲତରେ ଆଞ୍ଚଳିକ ଏବଂ ସ୍ଥାନୀୟ ଭାଷାକୁ ପ୍ରାଥମିକତା ଦିଆଯିବା ଉଚିତ। ଜଣେ ଇଂଲିଶ୍‌ ଭାଷାଭାଷୀ ଆଇନଜୀବୀ ଅଧିକ ସମ୍ମାନ, ଅଧିକ ମାମଲା କିମ୍ବା ଅଧିକ ପ୍ରାପ୍ୟ ପାଇବା ମତ ସହ ସେ ସହମତ ନୁହଁନ୍ତି ବୋଲି କହିଛନ୍ତି। କୌଣସି ଅଦାଲତ କେବଳ ସୁବିଧା ପାଇଁ ହେବା ଆବେଶ୍ୟକ ନୁହେଁ , ସମସ୍ତଙ୍କ ପାଇଁ ନ୍ୟାୟର ଦ୍ୱାର ସମାନ ଭାବରେ ଖୋଲା ରହିବା ଜରୁରୀ।

ଦେଶରେ ବିଚାରାଧିନ ବିଭିନ୍ନ ମାମଲାର ସଂଖ୍ୟା ବୃଦ୍ଧି ନେଇ ଚିନ୍ତା ପ୍ରକଟ କରି ସେ କହିଛନ୍ତି ଯେ ଏଭଳି ମାମଲା ପାଞ୍ଚ କୋଟି ହେବ, କିନ୍ତୁ ନ୍ୟାୟପାଳିକା ଏବଂ ସରକାରଙ୍କ ସମନ୍ବୟ ରକ୍ଷା କରି ମାମଲାଗୁଡ଼ିକର ସଂଖ୍ୟାକୁ ହ୍ରାସ କରାଯାଇପାରିବ। ଲୋକମାନଙ୍କୁ ନ୍ୟାୟ ପ୍ରଦାନର ଲକ୍ଷ୍ୟ ହାସଲ କରିବା ପାଇଁ କେନ୍ଦ୍ର ସରକାର ଏବଂ ନ୍ୟାୟପାଳିକା ମଧ୍ୟରେ ଏକ ଭଲ ସମନ୍ବୟ ରହିବା ଜରୁରୀ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?