ଉନ୍ନତମାନର ମସଲା ଯୋଗାଣକୁ ସିଦ୍ଧି ସ୍ପାଇସେସ୍‌ର ଗୁରୁତ୍ୱ

ଭୁବନେଶ୍ୱର,୪।୧୧: ବାଓଭର୍ଟ ଏକ୍ସପର୍ଟ ପ୍ରାଇଭେଟ ଲିମିଟେଡର ପ୍ରମୁଖ କମ୍ପାନୀ ତଥା ନୂତନ ମସଲା ବ୍ରାଣ୍ଡ୍‌ ସିଦ୍ଧି ସ୍ପାଇସେସର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳଠାରେ ‘ସିଦ୍ଧି ସ୍ପାଇସେସ୍‌’ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି।
ଏହି ଅବସରରେ ରୋଟାରୀ କ୍ଲବର ଅଧ୍ୟକ୍ଷା ସଂଯୁକ୍ତା ନାୟକ ଏବଂ ସ୍ବୟଂ ସିଦ୍ଧି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ କେନ୍ଦ୍ରୀୟ ଶ୍ରମ ସଚିବ ନାରାୟଣ ତ୍ରିପାଠୀ, ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପର ସ୍ବତନ୍ତ୍ର ସଚିବ ବିଭୂତି ଦାସ, କେନ୍ଦ୍ରୀୟ ଶ୍ରମ କଲ୍ୟାଣ ବିଭାଗ ସଚିବ ସଞ୍ଜୀବ ବର୍ମା, ଏକ୍ସଆଇଏମବି ପ୍ରଫେସର ଗୋପାଳ କୃଷ୍ଣ ନାୟକ, କମଳାକାନ୍ତ ମିଶ୍ର ଓ ଅନ୍ୟମାନେ ଅତିଥି ଭାବେ ଯୋଗ ଦେଇଥିଲାବେଳେ କମ୍ପାନିର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ପ୍ରାଥମିକ ପର୍ଯ୍ୟାୟରେ ସିଦ୍ଧି ସ୍ପାଇସେସର କୁମିନ ପାଉଡର, ବ୍ଲାକ ପିପ୍ପର, କନ୍ଧମାଳ ହଳଦୀ ପାଉଡର, ଚିକେନ ମସଲା, କରିନଣ୍ଡର ପାଉଡର, ମସରୁମ ମସଲା, ଗରମ ମସଲା, ଚିଲି ପାଉଡର, ମଟନ ମସଲା ଆଦି ବଜାରରେ ଉପଲବ୍ଧ ହେବ। ଏପରିକି ଶୁଦ୍ଧ, ଦେଶୀ ଓ ଜୈବିକ ଉପାୟରେ ପ୍ରସ୍ତୁତ ଉପରୋକ୍ତ ମସଲାଗୁଡିକ ବର୍ତ୍ତମାନ ଓଡ଼ିଶା ବଜାରରେ ଉପଲବ୍ଧ ହେଉଛି।
ସିଦ୍ଧି ସ୍ପାଇସେସର ଏମ୍‌ଡି ପ୍ରତାପ କୁମାର ପ୍ରଧାନ କହିଥିଲେ, ଓଡ଼ିଶା ବଜାରରେ ଆମେ ଆମର ନୂତନ ମସଲା ଉଦ୍ୟୋଗର ଶୁଭାରମ୍ଭ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଗ୍ରାହକଙ୍କୁ ଆମେ ଉନ୍ନତମାନର ମସଲା ସାଙ୍ଗକୁ ଗୁଣାତ୍ମକ ମାନ ଉତ୍ପାଦ ଯୋଗାଇବାକୁ ପ୍ରତିଶ୍ରୁତିବଦ୍ଧ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri