ଉନ୍ନତମାନର ମସଲା ଯୋଗାଣକୁ ସିଦ୍ଧି ସ୍ପାଇସେସ୍‌ର ଗୁରୁତ୍ୱ

ଭୁବନେଶ୍ୱର,୪।୧୧: ବାଓଭର୍ଟ ଏକ୍ସପର୍ଟ ପ୍ରାଇଭେଟ ଲିମିଟେଡର ପ୍ରମୁଖ କମ୍ପାନୀ ତଥା ନୂତନ ମସଲା ବ୍ରାଣ୍ଡ୍‌ ସିଦ୍ଧି ସ୍ପାଇସେସର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳଠାରେ ‘ସିଦ୍ଧି ସ୍ପାଇସେସ୍‌’ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି।
ଏହି ଅବସରରେ ରୋଟାରୀ କ୍ଲବର ଅଧ୍ୟକ୍ଷା ସଂଯୁକ୍ତା ନାୟକ ଏବଂ ସ୍ବୟଂ ସିଦ୍ଧି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ କେନ୍ଦ୍ରୀୟ ଶ୍ରମ ସଚିବ ନାରାୟଣ ତ୍ରିପାଠୀ, ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପର ସ୍ବତନ୍ତ୍ର ସଚିବ ବିଭୂତି ଦାସ, କେନ୍ଦ୍ରୀୟ ଶ୍ରମ କଲ୍ୟାଣ ବିଭାଗ ସଚିବ ସଞ୍ଜୀବ ବର୍ମା, ଏକ୍ସଆଇଏମବି ପ୍ରଫେସର ଗୋପାଳ କୃଷ୍ଣ ନାୟକ, କମଳାକାନ୍ତ ମିଶ୍ର ଓ ଅନ୍ୟମାନେ ଅତିଥି ଭାବେ ଯୋଗ ଦେଇଥିଲାବେଳେ କମ୍ପାନିର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ପ୍ରାଥମିକ ପର୍ଯ୍ୟାୟରେ ସିଦ୍ଧି ସ୍ପାଇସେସର କୁମିନ ପାଉଡର, ବ୍ଲାକ ପିପ୍ପର, କନ୍ଧମାଳ ହଳଦୀ ପାଉଡର, ଚିକେନ ମସଲା, କରିନଣ୍ଡର ପାଉଡର, ମସରୁମ ମସଲା, ଗରମ ମସଲା, ଚିଲି ପାଉଡର, ମଟନ ମସଲା ଆଦି ବଜାରରେ ଉପଲବ୍ଧ ହେବ। ଏପରିକି ଶୁଦ୍ଧ, ଦେଶୀ ଓ ଜୈବିକ ଉପାୟରେ ପ୍ରସ୍ତୁତ ଉପରୋକ୍ତ ମସଲାଗୁଡିକ ବର୍ତ୍ତମାନ ଓଡ଼ିଶା ବଜାରରେ ଉପଲବ୍ଧ ହେଉଛି।
ସିଦ୍ଧି ସ୍ପାଇସେସର ଏମ୍‌ଡି ପ୍ରତାପ କୁମାର ପ୍ରଧାନ କହିଥିଲେ, ଓଡ଼ିଶା ବଜାରରେ ଆମେ ଆମର ନୂତନ ମସଲା ଉଦ୍ୟୋଗର ଶୁଭାରମ୍ଭ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଗ୍ରାହକଙ୍କୁ ଆମେ ଉନ୍ନତମାନର ମସଲା ସାଙ୍ଗକୁ ଗୁଣାତ୍ମକ ମାନ ଉତ୍ପାଦ ଯୋଗାଇବାକୁ ପ୍ରତିଶ୍ରୁତିବଦ୍ଧ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri