ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଗୁରୁତ୍ୱ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଭଟଲି ବିଧାୟକ ଇରାଶିଷ ଆଚ୍ଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଭଟଲି ବିଧାନସଭା ନିର୍ବାଚନମଣ୍ଡଳୀ ବିକାଶ କମିଟି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଧାୟକ ଆଚ୍ଚାର୍ଯ୍ୟ ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ଜଙ୍ଗଲ, ଉଦ୍ୟାନ, ପୂର୍ତ୍ତ, ରାଜସ୍ବ, ପାନୀୟ ଜଳ ଯୋଗାଣ, ପୋଲିସ ଏବଂ ଜଳସେଚନ ବିଭାଗ ଦ୍ୱାରା ଭଟଲି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଅମ୍ବାଭୋନା, ଭଟଲି ଏବଂ ସୋହେଲା ବ୍ଲକରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଅଟକି ରହିଥିବା କାର୍ଯ୍ୟଗୁଡିକୁ ଯଥାଶୀଘ୍ର ସମାପ୍ତ କରିବା ପାଇଁ ନିର୍ଦେଶ ଦେଇଛନ୍ତି।
ସେହିପରି ଜିଲା ତଥା ନିର୍ବାଚନମଣ୍ଡଳୀର ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତ ବିଭାଗ ତଥା ବିଭାଗୀୟ ଅଧିକାରୀ ସମନ୍ବୟ ନିହାତି ଜରୁରୀ, ତେଣୁ ସମସ୍ତେ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ସେ କହିଥିଲେ। ଅପହଞ୍ଚ ଅଞ୍ଚଳରେ ଶିକ୍ଷକ ଏବଂ ଡାକ୍ତର ନିଯୁକ୍ତିକୁ ଗୁରୁତ୍ୱ ଦେଇ ଶିକ୍ଷାନୁଷ୍ଠାନ, କାର୍ଯ୍ୟାଳୟ ଏବଂ ସାଧାରଣ ଲୋକଙ୍କ ଜମି ପଟ୍ଟା ବାଣ୍ଟିବା ସହ ଲୋକଙ୍କୁ ପୂର୍ବରୁ ମିଳିଥିବା ପଟ୍ଟାର ଜମି ଜଥାଶିଘ୍ର ଚିହ୍ନଟ କରି ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଭଟଲି ନିର୍ବାଚନମଣ୍ଡଳୀର ୩ଟି ବ୍ଲକରେ ଗତ ଅର୍ଥିକ ବର୍ଷରୁ ଅନୁମୋଦିତ ହୋଇଥିବା ସମସ୍ତ ପ୍ରକଳ୍ପର ପ୍ରଗତି, ରାଶନ କାର୍ଡ କେୱାସି ଭେରିଫିକେଶନ ବ୍ୟବସ୍ତା, ଜୀବିକା ମିଶନ, ସୁଭଦ୍ରା ଯୋଜନା ପଞ୍ଜୀକରଣ, ଜଳ ସେଚନ ପ୍ରକଳ୍ପରେ ବିଦ୍ୟୁତ୍‌ ସଂଯୋଗୀକରଣ ବ୍ୟବସ୍ଥା, ମିଶନ ଶକ୍ତି ମହିଳାଙ୍କୁ ମିଳୁଥିବା ସମସ୍ତ ସୁବିଧା ବିଷୟରେ ପଚାରି ବୁଝିଥିଲେ। ଡେବ୍ରିଗଡ ଅଭୟାରଣ୍ୟର ଆବଶ୍ୟକ ଉନ୍ନତିକରଣ ପାଇଁ ଯଥାଚିତ ପଦକ୍ଷେପ ଗ୍ରହଣ କରିବା ପାଇଁ ବନଖଣ୍ଡ ଅଧିକାରୀଙ୍କ ସହ ଆଲୋଚନା କରି ବିଭିନ୍ନ ଜାଗାରେ ଜଙ୍ଗଲ ଜମିରେ ଥିବା ମାଟି ରାସ୍ତାର ଉନ୍ନତି ପାଇଁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ପରିଶେଷରେ ନିଜ ନିର୍ବାଚନ ମଣ୍ଡଳୀର ତିନୋଟି ଭାରପ୍ରାପ୍ତ ଥାନା ଅଧିକାରୀଙ୍କୁ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିଷୟରେ ପଚାରି ବୁଝିଥିଲେ। ବୈଠକରେ ଜିଲାପାଳ ଆଦିତ୍ୟ ଗୋୟଲ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ ସିଂଙ୍କ ସମେତ ୩ ବ୍ଲକ ଅଧ୍ୟକ୍ଷ, ଜିଲା ମୁଖ୍ୟ ବନଖଣ୍ଡ ଅଧିକାରୀ, ଡେବ୍ରିଗଡ ବନଖଣ୍ଡ ଅଧିକାରୀ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri