ପରିବହନ ବ୍ୟବସ୍ଥାର ସୁଦୃଢ଼ୀକରଣକୁ ଗୁରୁତ୍ୱ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଭିତ୍ତିଭୂମିକୁ ପ୍ରୋତ୍ସାହନ ଦେବା ଏବଂ ବିକାଶର ଗତି ଜାରି ରଖିବା ଲାଗି ସଡ଼କ, ସେତୁ, ବିମାନବନ୍ଦର, ରେଲଓ୍ବେ ଅଧୀନରେ ୧୯ ହଜାର ୪୫୨ କୋଟି ଟଙ୍କା ନିବେଶ କରିବାକୁ ପ୍ରସ୍ତାବ ରହିଛି। ରାଜ୍ୟରେ ଅଣ ପ୍ରମୁଖ ବନ୍ଦର ବିକାଶ ପାଇଁ ୧୪ଟି ସମ୍ଭାବ୍ୟ ସ୍ଥାନ ଚିହ୍ନଟ କରାଯାଇଛି। ଜନସାଧାରଣ ଓ ସାମଗ୍ରୀର ସୁରକ୍ଷିତ ପରିବହନ ଲାଗି ସଡ଼କ ସୁରକ୍ଷା ପାଣ୍ଠି ପାଇଁ ଅନୁଦାନ ରାଶି ବୃଦ୍ଧି କରାଯାଇଛି ଏବଂ ବଜେଟରେ ୪୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।
ମୁଖ୍ୟମନ୍ତ୍ରୀ ସଡ଼କ ସୁରକ୍ଷା ଯୋଜନା ଆନୁକୂଲ୍ୟରେ କୁଶଳୀ ଚାଳକ ସୃଷ୍ଟି କରାଯିବା ଲାଗି କେନ୍ଦୁଝର, ଗଞ୍ଜାମ ଜିଲାର ବ୍ରହ୍ମପୁର, ସୁନ୍ଦରଗଡ଼ର ବଣାଇ, ଯାଜପୁରର ଛତିଆଠାରେ ଡ୍ରାଇଭିଂ ଟ୍ରେନିଂ ଆଣ୍ଡ ରିସର୍ଚ୍ଚ ପ୍ରତିଷ୍ଠାନ ପ୍ରତିଷ୍ଠା କରାଯାଇଛି। ଏଥିରେ ୨୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଯାନବାହନଗୁଡ଼ିକର ସ୍ବୟଂଚାଳିତ ଯାଞ୍ଚ ପାଇଁ ଭୁବନେଶ୍ୱର, ସମ୍ବଲପୁର, ରାଉରକେଲା, ଅନୁଗୋଳ, ଗଞ୍ଜାମ, କେନ୍ଦୁଝରରେ ଅଟୋମେଟେଡ୍‌ ଟେଷ୍ଟିଂ ସେଣ୍ଟର ପ୍ରତିଷ୍ଠା କରାଯିବ। ଜାତୀୟ ରାଜପଥରେ ଭିଡ଼ ଏଡ଼ାଇବା ଲାଗି ଅନୁଗୋଳ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ନବରଙ୍ଗପୁରରେ ଟ୍ରକ୍‌ ଟର୍ମିନାଲ ସ୍ଥାପନ ହେବ। ଏସବୁ କାର୍ଯ୍ୟ ଲାଗି ୮୦ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ ଲାଗି ୩୨୦ କୋଟି ଟଙ୍କା ବ୍ୟୟବରାଦ ରହିଛି। ଓଡ଼ିଶାର ବିଭିନ୍ନ ବ୍ଲକରେ ପ୍ରଥମ ପର୍ଯ୍ୟାୟରେ ୫୫ଟି ଆମ ବସ୍‌ଷ୍ଟାଣ୍ଡର ବିକାଶ କରାଯାଉଛି। ସାରା ରାଜ୍ୟରେ ନିଶ୍ଚିତ ଓ ସୁଲଭ ପରିବହନ ସୁବିଧା ଯୋଗାଇଦେବା ପାଇଁ ଲୋକେଶନ ଆସେସବଲ ମଲ୍‌ଟିମୋଡାଲ ଇନିସିଏଟିଭ୍‌ (ଏଲ୍‌ଏସିସିଏମ୍‌ଆଇ) ନାମକ ନୂଆ ଯୋଜନା ଆରମ୍ଭ ହୋଇଛି। ସଡ଼କ ପରିବହନ ବ୍ୟବସ୍ଥାକୁ ଅଧିକ ସୁଗମ କରିବା ଲାଗି ଇଣ୍ଟର ମଡେଲ ସଂଯୋଗ ସେବା ଆରମ୍ଭ ହେବ। ଏଥିପାଇଁ ବଜେଟରେ ୧୦୦କୋଟିର ପ୍ରସ୍ତାବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri