ଉତ୍ତମ ମାନର ସେମିକଣ୍ଡକ୍ଟର ଯୋଗାଣକୁ ଗୁରୁତ୍ୱ

ଭୁବନେଶ୍ୱର,୨୬।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଜାପାନ-ଭାରତ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଅଂଶୀଦାରୀ ସହଯୋଗ ବୁଝାମଣାକୁ ଅନୁମୋଦନ ଦିଆଯାଇଛି। ବିଶେଷକରି ଏହି ସହଯୋଗ ବୁଝାମଣାପତ୍ର (ଏମ୍‌ଓସି) ୨୦୨୩ ଜୁଲାଇରେ ସ୍ବାକ୍ଷର କରାଯାଇଥିଲା। ଏଥିରେ ଭାରତ ପକ୍ଷରୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ଏବଂ ଜାପାନ ପକ୍ଷରୁ ଅର୍ଥନୀତି, ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟର ପ୍ରତିନିଧି ମିଳିତ ଭାବେ ସ୍ବାକ୍ଷର କରିଥିଲେ। ଏପରିକି ଏହା ଭାରତ-ଜାପାନ ସେମି କଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଅଂଶୀଦାରି ନାମରେ ପରିଚିତ ହେବ ବୋଲି ଉଭୟ ପକ୍ଷରୁ କୁହାଯାଇଥିଲା। ସେହିଭଳି ଏହି ଏମ୍‌ଓସି ଦୁଇ ଦେଶ ମଧ୍ୟରେ ସେମି କଣ୍ଡକ୍ଟର କାରବାର ଓ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବାରେ ବେଶ୍‌ ସହାୟକ ହେବ। ଏପରିକି ଡିଜିଟାଲ ଟେକ୍ନୋଲୋଜି ଓ ଉଦ୍ୟୋଗର ବିକାଶରେ ସେମିକଣ୍ଡକ୍ଟରର ଭୂମିକା ବିଶେଷ ଗୁରୁତ୍ୱପୂର୍ଣ୍ଣ ରହିଛି। ତେଣୁ ଭାରତ ଓ ଜାପାନ ଉଭୟ ଉକ୍ତ ବୁଝାମଣା ସହଯୋଗ ଦ୍ୱାରା ଉପକୃତ ହେବେ। ବିଶେଷକରି ଏହି ଏମ୍‌ଓସି ସ୍ବାକ୍ଷରିତ ହେବା ଦିନଠାରୁ କାର୍ଯ୍ୟକାରୀ ହେବା ସହ ୫ବର୍ଷ ଯାଏ ବଳବତ୍ତର ରହିବ। ଏହାଦ୍ୱାରା ଉଭୟ ଦେଶ ଜି୨ଜି ଓ ବି୨ଜି ଦ୍ୱିପାକ୍ଷିକ ସହଯୋଗ ଭିତ୍ତିରେ ପରସ୍ପରକୁ ସାହାଯ୍ୟ କରି ଉତ୍ତମ ମାନର ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳାକୁ ସୁଦୃଢ କରିବାକୁ କାମ କରିବେ। ଉଲ୍ଲେଖଯୋଗ୍ୟ, ଭାରତରେ ଏକ ସୁଦୃଢ ଓ ଉତ୍ତମ ଇଲେକ୍ଟ୍ରୋନିକ୍ସ ତଥା ସେମିକଣ୍ଡକ୍ଟର ଉତ୍ପାଦନ ଭିତ୍ତିଭୂମି ନିର୍ମାଣ କରିବାକୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ଗୁରୁତ୍ୱର ସହି କାମ କରୁଛି। ଏପରିକି ଭାରତରେ ସେମିକଣ୍ଡକ୍ଟର ଫ୍ୟାବ୍ସ, ଡିସ୍ପ୍ଲେ ଫ୍ୟାବ୍ସ, କମ୍ପାଉଣ୍ଡ ସେମିକଣ୍ଡକ୍ଟର,ସିଲିକନ୍‌ ଫଟୋନିକ୍ସ,ସେନ୍ସର୍‌,ଡିସକ୍ରିଟ୍‌ ସେମିକଣ୍ଡକ୍ଟର, ସେମି କଣ୍ଡକ୍ଟର ପ୍ରସ୍ତୁତି, ଟେଷ୍ଟିଂ, ମାର୍କିଂ ଓ ପ୍ୟାକେଜିଂ (ଏଟିଏମ୍ପି) ଆଉଟସୋର୍ସଡ୍‌ ସେମି କଣ୍ଡକ୍ଟର ଆସେମ୍ବ୍ଲି ଓ ଟେଷ୍ଟ (ଓଏସ୍‌ଏଟି) ବ୍ୟବସ୍ଥା ନିର୍ମାଣ ଉପରେ ଗୁରୁତ୍ୱ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri