ପ୍ରଯୁକ୍ତି ଶିଳ୍ପରେ ପ୍ରତିଭାଙ୍କୁ ଗୁରୁତ୍ୱ

ଭୁବନେଶ୍ୱର,୨୯।୫: ସଫ୍ଟୱେର କ୍ୟାରିୟର ଲାଗି ଦକ୍ଷତା ବିକାଶ ପ୍ଳାଟ୍‌ଫର୍ମ ନେକ୍ସଟ୍‌ୱେଭ୍‌ ବର୍ତ୍ତମାନ ସମୟରେ ଏକ ପ୍ରମୁଖ ସଂସ୍ଥା ଭାବେ ଉଭା ହୋଇଛି। ଏପରିକି ଗତ ଦୁଇ ବର୍ଷରେ ନେକ୍ସଟ୍‌ୱେଭ୍‌ର ପ୍ରଶିକ୍ଷାର୍ଥୀଙ୍କୁ ୧୩୦୦ରୁ ଅଧିକ କମ୍ପାନୀରେ ନିଯୁକ୍ତି ମିଳିଥିବା ପ୍ଲାଟଫର୍ମ ପକ୍ଷରୁ ଘୋଷଣା କରାଯାଇଛି। ବିଶେଷ କରି ପ୍ରତିଭାବାନ କର୍ମଚାରୀ ସନ୍ଧାନ କରୁଥିବା ପ୍ରଯୁକ୍ତି କମ୍ପାନୀଗୁଡ଼ିକ ଲାଗି ନେକ୍ସଟ୍‌ୱେଭ୍‌ ପସନ୍ଦର ସ୍ଥାନ ଭାବେ ପରିଣତ ହୋଇଛି। ଏପରିକି ନେକ୍ସଟ୍‌ୱେଭ୍‌ର ଗ୍ରାଜୁଏଟ୍‌ମାନଙ୍କୁ ସଫ୍‌ଟୱେର ଡେଭେଲପର, ଫୁଲ୍‌ ଷ୍ଟାକ୍‌ ଡେଭେଲପର, ଡାଟା ଇଞ୍ଜିନିୟର ଓ ଡାଟା ଆନାଲିଷ୍ଟ୍‌ ଭାବେ ବିଭିନ୍ନ କମ୍ପାନୀରେ ନିଯୁକ୍ତି ମିଳୁଛି। ଏ ସମ୍ପର୍କରେ ନେକ୍ସଟ୍‌ୱେଭ୍‌ର ସିଇଓ ରାହୁଲ ଆଟୁଲୁରି କହିଛନ୍ତି, ଚଳିତ ଦଶନ୍ଧିରେ ଭାରତୀୟ ଆଇଟି ଶିଳ୍ପ ତିନି ଗୁଣା ବୃଦ୍ଧି ପାଇବାକୁ ଯାଉଛି। ଏପରିକି ଶିଳ୍ପ ଅନୁକୂଳ ତାଲିମ ଜରିଆରେ ଆମେ ପ୍ରଦାନ କରୁଥିବା ପ୍ରତିଭାମାନଙ୍କୁ ବହୁ କମ୍ପାନୀ ପ୍ରଶଂସା କରୁଛନ୍ତି। ଏହି ବିପୁଳ ସୁଯୋଗ ଲାଗି ଯୁବପିଢ଼ିଙ୍କୁ ପ୍ରସ୍ତୁତ କରିବା ଉପରେ ଆମେ ଗୁରୁତ୍ୱାରୋପ କରୁଛୁ। ବିଶେଷ କରି ପ୍ରଯୁକ୍ତି ଶିଳ୍ପରେ ପ୍ରତିଭାର ରହିଥିବା ଅଭାବକୁ ପୂରଣ କରିବା ଦିଗରେ ଆମେ ଠିକ୍‌ ପଥରେ ରହିଥିବା ଏହି ମାଇଲଖଣ୍ଟିରେ ପ୍ରତିଫଳିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri