ସମ୍ବେଦନଶୀଳ ଅଞ୍ଚଳରେ ଟେଷ୍ଟିଂକୁ ଗୁରୁତ୍ୱ

କଟକ ଅଫିସ,୨୪।୮: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସେଥିଲାଗି ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ଟେଷ୍ଟିଂକୁ ଗୁରୁତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ଜିଲାରେ ଆର୍‌ଟି-ପିସିଆର ଓ ଆଣ୍ଟିଜେନ୍‌ ଟେଷ୍ଟରେ ୬୯ ହଜାର ୨୧୭ ନମୁନା ପରୀକ୍ଷା କରାଯାଇଛି। ସେଥିରୁ ୫,୧୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗ୍ରାମାଞ୍ଚଳରେ ପଜିଟିଭ୍‌ ସଂଖ୍ୟା ୧,୯୫୭ ଥିବାବେଳେ ସହରାଞ୍ଚଳରେ ଏହା ୩,୨୧୭ ରହିଛି। କଟକ ଜିଲାପାଳ ଓ କଟମ ମହାନଗର ନିଗମ କମିଶନର ରବିବାର ଏହି ସୂଚନା ଦେଇଛନ୍ତି।
କମିଶନର ଅନନ୍ୟା ଦାସ କହିଛନ୍ତି, ସହରର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର ସମେତ ମାଲଗୋଦାମ ଓ ଛତ୍ରବଜାର ବ୍ୟବସାୟ ପେଣ୍ଠଗୁଡ଼ିକ ପରି ଅଧିକ ସମ୍ବେଦନଶୀଳ ଅଞ୍ଚଳକୁ ସିଏମ୍‌ସି ପ୍ରାଥମିକତା ଦେଇଛି। ମିଳିତ ଏନ୍‌ଫୋର୍ସମେଣ୍ଟ ଟିମ୍‌ ବିଭିନ୍ନ ଓପିଡି, ଆଇପିଡି ଓ ଘରୋଇ ସ୍ବାସ୍ଥ୍ୟକେନ୍ଦ୍ରର ସଙ୍ଗରୋଧ ସୁବିଧା ଉପରେ ନିୟମିତ ଯାଞ୍ଚ କରୁଛି। ଏସ୍‌ସିବି ମେଡିକାଲ କଲେଜ୍‌, ଶିଶୁଭବନ ଓ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ ଲକ୍ଷଣଯୁକ୍ତ ରୋଗୀଙ୍କ ଚିହ୍ନଟ, ଡାକ୍ତରଖାନାକୁ ଆସୁଥିବା ରୋଗୀଙ୍କ ଆଣ୍ଟିଜେନ୍‌ ଟେଷ୍ଟ ପାଇଁ ତ୍ରିସ୍ତରୀୟ ପ୍ରୋଟୋକଲ ଅବଲମ୍ବନ କରାଯାଉଛି। ବିଭିନ୍ନ ଜରୁରୀ, ଅଣଜରୁରୀ, ପାଇକାରୀ ଓ ଖୁଚୁରା ଦୋକାନର ସମୟ ର୍ନିିଣ୍ଟ ଉପରେ ଦୃଷ୍ଟି ରଖାଯାଇଛିି। ଗର୍ଭବତୀ, ୬୫ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଓ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ସ୍ବାସ୍ଥ୍ୟ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ରଖାଯାଇଛି। ୨୨ ଅଗଷ୍ଟ ସୁଦ୍ଧା ସିଏମ୍‌ସିରେ ୩୧୦୪ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୮୬୦ ଜଣ ସୁସ୍ଥ ହୋଇଛନ୍ତି। ୧୨୨୭ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି। ଅଗଷ୍ଟ ୮ରୁ ୨୧ ମଧ୍ୟରେ ୨୬, ୭୪୮ କୋଭିଡ୍‌ ଟେଷ୍ଟ ହୋଇଛି। ଏଥିରୁ ୧୫୬୦ ପଜିଟିଭ ବାହାରିଛି।
ଜିଲାପାଳ ଭବାନୀ ଶଙ୍କର ଚୟନୀ କହିଛନ୍ତି ଯେ, କଟକ ଜିଲାରେ ଆର୍‌ଟି- ପିସିଆର ଓ ଆଣ୍ଟିଜେନ୍‌ ଟେଷ୍ଟିଂ ବ୍ୟବସ୍ଥାରେ ୬୯,୨୧୭ ନମୁନା ପରୀକ୍ଷା କରାଯାଇଛି। ସେଥିରେ ୫,୧୭୪ ପଜିଟିଭ ବାହାରିଛି। ୧,୭୩୪ ଜଣ ଚିକିତ୍ସିତ ହେଉଛନ୍ତି। ଚଳିତ ସପ୍ତାହରେ ଜିଲାର ସୁସ୍ଥ ହାର ୬୫.୭୭ ପ୍ରତିଶତ ରହିଛି। ଜିଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୧୫ କୋଟି ଟଙ୍କା ମଞ୍ଜୁର ହୋଇଛି। ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନ, ଆଠଗଡ଼ସ୍ଥିତ ଜିମ୍‌ସାର ସମେତ ବିଭିନ୍ନ କୋଭିଡ୍‌ କେୟାର ହୋମ୍‌ରେ ସ୍ବାସ୍ଥ୍ୟସେବା ସୁବିଧା ବଢ଼ାଇବା ପାଇଁ ୬ କୋଟି ୮୪ ଲକ୍ଷ ୯୩ ହଜାର ଟଙ୍କା ଦିଆଯାଇଛି। ଏସ୍‌ସିବି ମେଡିକାଲ୍‌ କଲେଜରେ ୧୬୮ ଜଣ ପ୍ଲାଜମାଦାତାଙ୍କଠାରୁ ୩୩୬ ୟୁନିଟ୍‌ ପ୍ଲାଜମା ସଂଗୃହୀତ ହୋଇଛି। ସେଥିରୁ ୨୮୭ ୟୁନିଟ୍‌ ପ୍ଲାଜମା ଗୁରୁତର କୋଭିଡ୍‌ ରୋଗୀଙ୍କ ଚିକିତ୍ସା ପାଇଁ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ସୂର୍ଯ୍ୟ-ବୁଧ-କେତୁଙ୍କ ଅଦ୍ଭୁତ ସଂଯୋଗ: ସୁନା ଭଳି ଚମକିବ ୩ ରାଶିଙ୍କ ଭାଗ୍ୟ, ଯାହା ଚାହିଁବେ ତାହା ହେବ!

ବର୍ତ୍ତମାନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ ଏବଂ ରାଜକୁମାର ବୁଧ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ସଂଯୋଗବଶତଃ କେତୁ ମଧ୍ୟ ଏହି ନକ୍ଷତ୍ରରେ ରହିଥିବାରୁ ଏକ ବିଶେଷ ଗ୍ରହ…

ଭାରତ ଠାରୁ ପାକିସ୍ତାନରେ ଏତେ ଶସ୍ତା ଚିନି! ତା’ ହେଲେ ଭାରତରେ ମହଙ୍ଗା କାହିଁକି?

ନୂଆଦିଲ୍ଲୀ, ୨୬।୮: ଚିନିକୁ ନେଇ ଭାରତ ଏବଂ ପାକିସ୍ତାନରେ ଆଜିକାଲି ସମ୍ପୂର୍ଣ୍ଣ ବିପରୀତ ଚିତ୍ର ଦେଖିବାକୁ ମିଳୁଛି। ଯେଉଁଠି ଭାରତର ଖୁଚୁରା ବଜାରରେ ଚିନିର ଦର କିଲୋଗ୍ରାମ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୫ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

TMCରେ ବଡ଼ ହଲଚଲ: ୨୦ ଜଣ ବିଦ୍ରୋହୀ ସାଂସଦଙ୍କ ଅଡୁଆ ବଢ଼ିଲା! ୭ ଦିନରେ…

କୋଲକାତା,୨୬।୮: ବିଦ୍ରୋହୀ ସାଂସଦମାନଙ୍କ ଜବାବ ମିଳିବା ପରେ ଲୋକସଭା ବାଚସ୍ପତିଙ୍କୁ ଏକ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିବ। ବିଦ୍ରୋହୀ ସାଂସଦମାନେ NCPIରେ ଯୋଗଦେବା ନିଷ୍ପତ୍ତିକୁ ସମ୍ବିଧାନର ଦଶମ…

ରାକ୍ଷୀରେ କୁମ୍ଭ ରାଶିରେ ଲାଗିବ ଚନ୍ଦ୍ର ଗ୍ରହଣ, ୨୮ ଅଗଷ୍ଟରୁ ୫ ରାଶିଙ୍କ ଖରାପ ଟାଇମ୍‌ ଆରମ୍ଭ, ଅଯଥା ଖର୍ଚ୍ଚାନ୍ତରେ ପଡିବେ…

ଏହି ଚନ୍ଦ୍ରଗ୍ରହଣ ଏକ ଆଂଶିକ ଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନରେ ପ୍ରଭାବ ପଡ଼ିବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ କେତେକ ରାଶିକୁ…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri