ଓଡ଼ିଶାରେ ବଢ଼ିଲା ଟିକାକରଣ କେନ୍ଦ୍ର

ଭୁବନେଶ୍ୱର,୨୨।୯(ବ୍ୟୁରୋ): କରୋନା ସହ ଲଢ଼ିବା ପାଇଁ ଟିକାକରଣ ହିଁ ଏକମାତ୍ର ବାଟ ବୋଲି ବିଶେଷଜ୍ଞମାନେ ମତ ରଖିସାରିଛନ୍ତି। ସେଥିପାଇଁ କେନ୍ଦ୍ର ସହ ରାଜ୍ୟ ସରକାର ଲୋକଙ୍କୁ ଟିକା ଦେବାର ଉଦ୍ୟମ ଜାରି ରଖିଛନ୍ତି। ଭାରତ ଏବେ ଟିକା ଦେବାରେ ରେକର୍ଡ ସୃଷ୍ଟି କରିଥିବା ବେଳେ ଏବେ ଏହାକୁ ଆହୁରି ତ୍ୱରାନ୍ବିତ କରିବା ସରକାର ଚେଷ୍ଟା ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ଅଧିକରୁ ଅଧିକ ଲୋକଙ୍କୁ ଟିକା ଦେଇ କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଟିକାକେନ୍ଦ୍ର ସଂଖ୍ୟା ବଢ଼ାଇ ଦିଆଯାଇଛି। ଟିକାକରଣକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟରେ ଅଧିକ ୧୭୪ଟି ଟିକାକେନ୍ଦ୍ର ଖୋଲିଛି। ଏ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ରାଜ୍ୟରେ ପୂର୍ବରୁ ୧୬ଶହ କେନ୍ଦ୍ରରେ ଟିକାକରଣ ଚାଲିଥିଲା। ଏବେ ଏହି ସଂଖ୍ୟା ବଢ଼ିବା ସହ ୧୭୭୪ ଟିକାକେନ୍ଦ୍ର ଚାଲିଛି। ଦୈନିକ ୪ଲକ୍ଷ ଟିକାକରଣ ଲକ୍ଷ୍ୟ ରଖାଯାଇଥିବା ବେଳେ ଆବଶ୍ୟକ ପଡ଼ିଲେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଟିକାକରଣ କେନ୍ଦ୍ର କରାଯିବ। ଏବେ ଗ୍ରାମାଞ୍ଚଳରେ ଅଧିକ ଟିକାକରଣ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସହରାଞ୍ଚଳ ଅପେକ୍ଷା ଗ୍ରାମାଞ୍ଚଳରେ ୬୦ ପ୍ରତିଶତରୁ ଅଧିକ ଟିକାକରଣ ହୋଇଥିବା ବିଜୟ ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri