ବିଭିନ୍ନ ଯୋଜନାର କାର୍ଯ୍ୟ ଅଗ୍ରଗତିକୁ ଗୁରୁତ୍ୱ

କଟକ ଅଫିସ ୧୭ା୭: କଟକ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ପଞ୍ଚମ ଜିଲା ଉନ୍ନୟନ, ସମନ୍ବୟ ଓ ତଦାରଖ କମିଟି (ଦିଶା) ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କୃଷି, ଜଳଛାୟା, ସାମାଜିକ ସୁରକ୍ଷା, ଜାତୀୟ ଗ୍ରାମୀଣ ଜୀବିକା ମିଶନ, ଦୀନଦୟାଲ ଉପାଧ୍ୟାୟ ଗ୍ରାମ କଲ୍ୟାଣ ଯୋଜନା, ଅମୃତ ପାନୀୟଜଳ ଯୋଜନା, ଜାତୀୟ ସ୍ବାସ୍ଥ୍ୟ ମିଶନ ଯୋଜନା, ଏମ୍‌ଜିଏନ୍‌ଆରଇଜିଏସ୍‌ କାର୍ଯ୍ୟକ୍ରମର ଅଗ୍ରଗତି  ସମ୍ପର୍କରେ ଆଲୋଚନା ହୋଇଥିଲା।
ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଯୋଗଦେଇ ପୋଷଣ କମିଟି, ବକେୟା ସାମାଜିକ ସୁରକ୍ଷା ପେନ୍‌ସନ୍‌ ରାଶି, ମହାନଦୀରୁ ପାନୀୟ ଜଳଯୋଗାଣ, ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣ, ଫସଲ ବୀମା ଯୋଜନା, ଅଙ୍ଗନଓ୍ବାଡି ଗୃହ ନିର୍ମାଣ, ମୋ ବଗିଚା ଯୋଜନାରେ ଉଦ୍ୟାନ ନିର୍ମାଣ ନିମନ୍ତେ ନୂତନ ପ୍ରସ୍ତାବ ଗ୍ରହଣ କରାଯାଇ କାର୍ଯ୍ୟ ପନ୍ଥା ଉପରେ ଗୁରୁତ୍ୱାରୋପ କରିଥିଲେ।
ଏହି ବୈଠକରେ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ନିଆଳି ବିଧାୟକ ପ୍ରମୋଦ କୁମାର ମଲ୍ଲିକ ଯୋଗଦେଇ ସ୍ଥାନୀୟ ଅଞ୍ଚଳରେ ଥିବା ସରକାରୀ ଜାଗାରେ ଅଙ୍ଗନଓ୍ବାଡି ଗୃହ ନିର୍ମାଣ, ଉଦ୍ୟାନ କୃଷି ସମ୍ପର୍କରେ ଆଲୋଚନା କରିଥିଲେ ା ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଜିଲାରେ ୨୦୨୧-୨୦୨୨ ବର୍ଷ ପାଇଁ ୩୨୧.୬୦ ହେକ୍ଟର ଜମିରେ ବିଭିନ୍ନ ଚାରାରୋପଣ ପାଇଁ ସ୍ଥିର କରାଯାଇଥିଲା। ସେହିପରି ଜାତୀୟ ଗ୍ରାମୀଣ ଜୀବିକା ମିଶନ ଯୋଜନାରେ ୧୭,୦୪୯ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଋଣ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଥିବାବେଳେ ଦୀନ୍‌ଦୟାଲ ଉପାଧ୍ୟାୟ ଗ୍ରାମ କଲ୍ୟାଣ ଯୋଜନାରେ ୨,୭୬୦ ଜଣ ବେରୋଜଗାରଙ୍କୁ ତାଲିମ ଦିଆଯାଇ ନିଯୁକ୍ତି ପ୍ରଦାନ ପାଇଁ ସ୍ଥିର କରାଯାଇଛି ା ଜିଲାରେ କରୋନା ସଂକ୍ରମଣ ଉପରେ ରୋକ୍‌ ଲଗାଇବା ପାଇଁ ଗ୍ରାମାଞ୍ଚଳରେ ଗୃହ ସଙ୍ଗରୋଧରେ ରହୁଥିବା ପରିବାର ଉପରେ ବିଶେଷ ଦୃଷ୍ଟି ଦେବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପକ୍ଷରୁ ଆୟୋଜିତ ବୈଠକରେ ବିଧାୟକ ପ୍ରଶାନ୍ତ ବେହେରା, ସୌଭିକ୍‌ ବଶ୍ୱାଳ, ଦେବୀ ରଞ୍ଜନ ତ୍ରିପାଠୀ, ଜିଲାପରିଷଦ ଅଧ୍ୟକ୍ଷା ଜ୍ୟୋତିରେଖା ନାୟକ, ଜିଲାପାଳ ଭବାନୀ ଶଙ୍କର ଚୟନୀ, ସିଏମ୍‌ସି  କମିଶନର ଅନନ୍ୟା ଦାସଙ୍କ ସମେତ ଜିଲାର ସମସ୍ତ ଉପଜିଲାପାଳ, ପଞ୍ଚାୟତ ସମିତି ଅଧ୍ୟକ୍ଷ, ବିଡିଓ ଏବଂ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଥିଲେ। ପିଡି ଡିଆରଡିଏ ଅମ୍ବର କୁମାର କର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ା

Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri