କେଭି ସିଂହଦେଓଙ୍କ ଘରେBJPର ଗୁରୁତ୍ୱପୂର୍ଣ୍ଣ ବୈଠକ: କାମ ଦେବ ନାହିଁ କୌଣସି ଲବି

ଭୁବନେଶ୍ୱର,୨୬।୨: ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଘରେBJPର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସାମିଲ ହୋଇଥିବା ବେଳେ ଭାଜପା ରାଜ୍ୟ ସଭାପତି ମନମୋହନ ମଧ୍ୟ ଉପସ୍ଥିତ ଥିଲେ। ଏହା ସହ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଯୋଗ ଦେଇଥିଲେ। BJP ସାଧାରଣ ସମ୍ପାଦକ ଏହି ବୈଠକରେ ଯୋଗଦେଇଥିଲେ। ଉକ୍ତ ବୈଠକରେ ନିଗମ ଓ ବୋର୍ଡ ଅଧ୍ୟକ୍ଷ ଚୂଡ଼ାନ୍ତ ନେଇ ଆଲୋଚନା ହୋଇଥିବା ଜଣାପଡିଛି।

ତେବେ କାହାକୁ ନିଗମ ଏବଂ ବୋର୍ଡ ଅଧ୍ୟକ୍ଷ ମିଳିବ ତାହା ଅଳ୍ପ କିଛିଦିନ ମଧ୍ୟରେ ଜଣାପଡିଯିବ। ୧୦୦ରୁ ଅଧିକ ପଦପଦବୀ ଖାଲିଥିବା ବେଳେ ଏହାକୁ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ନିକଟରେ କହିଥିଲେ, ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇ ଫେରିବା ପରେ ଘୋଷଣା ହେବ ନିଗମ ନିଷ୍ପତ୍ତି। ଆଉ ନିଯୁକ୍ତି ନେଇ ଲବି କାମ କରିବନି।

ନିଗମ, ବୋର୍ଡ, କମିଶନ ଓ ଜିଲା ପ୍ଲାନିଂ ବୋର୍ଡ, ଯେଉଁଥିରେଭାଜପା ନେତା ହେବେ ଥଇଥାନ। ହେଲେ କାହାକୁ ମିଳିବ କେଉଁ ପଦ? ରାଜ୍ୟରେ ଭାଜପା ସରକାର ଆସିବା ପରେ ବିଭିନ୍ନ ନିଗମ ଏବଂ ବୋର୍ଡ ଗୁଡ଼ିକୁ ଭାଙ୍ଗି ଦିଆଯାଇଥିଲା। ଏହା ଭିତରେ ସରକାର ହେବାର ଆଠ ମାସ ବିତି ସାରିଲାଣି। ମାତ୍ର ନିଗମ, ବୋର୍ଡ, କମିଶନ, ଜିଲ୍ଲା ପ୍ଲାନିଂ ବୋର୍ଡର ପଦପଦବୀ ଖାଲି ପଡ଼ିଛି। ଏବେ ୩୪ରୁ ଅଧିକ ନିଗମ ଏବଂ ୨୦ରୁ ଅଧିକ ବୋର୍ଡ ଅଧ୍ୟକ୍ଷ ପଦ ଖାଲି ରହିଛି। ତାହା ସହିତ ଉପଦେଷ୍ଟା ଏବଂ ଉପାଧ୍ୟକ୍ଷ ପଦଗୁଡ଼ିକ ମଧ୍ୟ ଖାଲି ରହିଛି। ୧୦୦ରୁ ଅଧିକ ପଦପଦବୀ ଖାଲିଥିବା ବେଳେ ଏହାକୁ ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ କହଥିଲେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିବା ପରେ ନିଗମ,ବୋର୍ଡ କମିସନ ନିଯୁକ୍ତି ନେଇ ନିଷ୍ପତ୍ତି ହେବ। ଏବଂ ଫେବୃଆରୀ ଶେଷ ସୁଦ୍ଧା ହୋଇପାରେ ନୂଆ ଘୋଷଣା। ହେଲେ ନିଯୁକ୍ତି ନେଇ କୌଣସି ଲବି କାମ ଦେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri