ସୁପ୍ରିମକୋର୍ଟରେ ହାଜର ହେଲେ ଇମ୍ରାନ

ଇସଲାମାବାଦ,୧୧।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଏ-ଇନସାଫ(ପିଟିଆଇ)ର ମୁଖ୍ୟ ଇମ୍ରାନ ଖାନଙ୍କ ଗିରଫକୁ ନେଇ ଗୁରୁବାର (ମେ ୧୧)ରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ପ୍ରଧାନ ବିଚାରପତି ଉମର ଅତା ବନ୍ଦିଆଲଙ୍କ ଅଧ୍ୟକ୍ଷତାରେ ହୋଇଥିବା ଶୁଣାଣିରେ ଇମ୍ରାନଙ୍କ ଗିରଫକୁ ନେଇ କୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହା ସହିତ ତାଙ୍କ ଗିରଫକୁ ବେଆଇନ ଘୋଷଣା କରାଯାଇଛି।

କୋର୍ଟ କହିଛନ୍ତି ଯେ ଇମ୍ରାନ ଖାନଙ୍କୁ ଇସଲାମାବାଦ ହାଇକୋର୍ଟ ପରିସରରୁ ଗିରଫ କରି ନ୍ୟାୟପାଳିକାର ପ୍ରତିଷ୍ଠାକୁ ଆଘାତ କରାଯାଇଛି। ଶୁଣାଣି ସମୟରେ ପ୍ରଧାନ ବିଚାରପତି କହିଛନ୍ତି ଯେ କୋର୍ଟରେ ଭୟର ବାତାବରଣ ସୃଷ୍ଟି ହୋଇଛି। କୋର୍ଟ ଏନଏବିଙ୍କୁ ପଚାରିଛନ୍ତି ଯେ କିପରି କୋର୍ଟରୁ ଗିରଫ କରାଯାଇପାରିବ?
ଶୁଣାଣି କରୁଥିବା ବେଞ୍ଚ କହିଛନ୍ତି ଯେ କୋର୍ଟରୁ କାହାକୁ ଗିରଫ କରାଯାଇପାରିବ ନାହିଁ। ଏନଏବି କୋର୍ଟଙ୍କୁ ଅପମାନିତ କରିଛି। ଏଥି ସହିତ, ଅପରାହ୍ନ ୪ ଟା ସମୟରେ ସୁପ୍ରିମକୋର୍ଟ ଇମ୍ରାନ ଖାନଙ୍କୁ ଏକ ଘଣ୍ଟା ମଧ୍ୟରେ କୋର୍ଟରେ ହାଜର ହେବାକୁ କହିଥିଲେ। ଏହା ସହିତ ପ୍ରଧାନ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି ଯେ ଇମ୍ରାନ ଖାନଙ୍କ ଆଗମନ ପରେ ରାଜନୈତିକ ନେତା ଓ କର୍ମୀମାନେ ସୁପ୍ରିମକୋର୍ଟକୁ ଆସିବେ ନାହିଁ। କୋର୍ଟଙ୍କ ନିର୍ଦ୍ଦେଶ ପରେ ପିଟିଆଇ ମୁଖ୍ୟଙ୍କୁ କୋର୍ଟକୁ ଅଣାଯାଇଥିଲା। ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ପିଟିଆଇ ମୁଖ୍ୟଙ୍କୁ ଦେଖି ପ୍ରଧାନ ବିଚାରପତି କହିଥିଲେ, ଗୁଡ ଟୁ ସି ୟୁ।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…

ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ଆଜି ସୂର୍ଯ୍ୟଙ୍କ ନକ୍ଷତ୍ର ଗୋଚରରେ ୫ ରାଶିଙ୍କୁ ଅପାର ଲାଭ; ଅଚାନକ ମିଳିବ ଟଙ୍କା, ଗାଡ଼-ଘର କିଣିବେ…

ସୂର୍ଯ୍ୟ ଉତ୍ତରାଫାଲ୍ଗୁନୀ ନକ୍ଷତ୍ରରେ ୨୭ ସେପ୍ଟେମ୍ୱର ପର୍ଯ୍ୟନ୍ତ ରହିବେ। ଏହା ପରେ ହସ୍ତା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହଙ୍କର ଏହି ନକ୍ଷତ୍ର ଚଳନ ଯୋଗୁଁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?