ରାଜ୍ୟ ଆଇନଜୀବୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି:ବାର୍‌ ଆସୋସିଏସନ୍‌କୁ ନିର୍ବାଚନୀ ଖର୍ଚ୍ଚ ବନ୍ଦ

କଟକ,୨୧ା୨ (କାର୍ତ୍ତିକ ସାହୁ) ବହୁ ପ୍ରତିକ୍ଷିତ ଆଡ୍‌ଭୋକେଟ୍‌ ଏକାଡେମୀ ଗଠନ ନିମନ୍ତେ ରାଜ୍ୟ ଆଇନ୍‌ଜୀବୀ ପରିଷଦ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ତତ୍‌ସଂକ୍ରାନ୍ତୀୟ ଆବଶ୍ୟକୀୟ ଭିତ୍ତିଭୂମି ପାଇଁ ଭୂମି ଓ ପାଣ୍ଠି ପ୍ରଦାନ ନିମନ୍ତେ ରାଜ୍ୟ ସରକାରଙ୍କ ନିକଟରେ ତୁରନ୍ତ ଅନୁରୋଧପତ୍ର ଦାଖଲ କରିବାକୁ ପରିଷଦର ସାଧାରଣ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥିସହ ରାଜ୍ୟର ସମସ୍ତ ଆଇନଜୀବୀଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ନିମନ୍ତେ ମଧୁବାବୁ ସ୍ବାସ୍ଥ୍ୟବୀମା ଯୋଜନା ଲାଗୁ କରିବାକୁ ରାଜ୍ୟ ସରକାରଙ୍କ ପାଖରେ ଦାବି ଉପସ୍ଥାପନ କରାଯିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ଇତିମଧ୍ୟରେ ଦେଶର ଅନେକ ରାଜ୍ୟର ସରକାର ଆଇନଜୀବୀମାନଙ୍କ ସୁରକ୍ଷା ଆଇନ ପ୍ରଣୟନ କରିସାରିଛନ୍ତି। ସେଥିପାଇଁ ଓଡ଼ିଶା ରାଜ୍ୟ ଆଇନଜୀବୀ ସୁରକ୍ଷା ଆଇନ ପ୍ରଣୀତ କରିବା ପାଇଁ ରାଜ୍ୟ ସରକାରଙ୍କ ନିକଟରେ ପ୍ରସ୍ତାବ ଉପସ୍ଥାପନ ନିମନ୍ତେ ବୈଠକରେ ସ୍ଥିର ହୋଇଛି। ପରିଷଦର ସଦସ୍ୟ ଦୀନେଶ ଚନ୍ଦ୍ର ରାୟ ଓ ଅକ୍ଷୟ କୁମାର ପତି ଉପରୋକ୍ତ ପ୍ରସଙ୍ଗ ବୈଠକରେ ଉପସ୍ଥାପନ କରିଥିଲେ। ଏଥିସହ ଆଡ୍‌ଭୋକେଟ୍‌ ଓ୍ବେଲଫେୟାର କର୍ପସ ଫଣ୍ଡ୍‌କୁ ସ୍ଥଗିତ ରଖାଯିବା ଓ ସମସ୍ତ ବାର୍‌ ଆସୋସିଏସନକୁ ଦିଆଯାଉଥିବା ନିର୍ବାଚନ ଖର୍ଚ୍ଚ ତୁରନ୍ତ ବନ୍ଦ କରିବା ପାଇଁ ମଧ୍ୟ ପରିଷଦର ଦୃଷ୍ଟି ଆକର୍ଷଣ କରିଥିଲେ। ଏ ବାବଦରେ ଆଲୋଚନା କରାଯାଇ ଆଡ୍‌ଭୋକେଟ୍‌ ଓ୍ବେଲଫେୟାର କର୍ପସ ଫଣ୍ଡ ଦ୍ୱାରା କରାଯାଉଥିବା ୧୦୦ ଟଙ୍କିଆ ଷ୍ଟାମ୍ପକୁ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି। ସେହିପରି ବାର୍‌ ଆସୋସିଏସନ୍‌ଗୁଡ଼ିକୁ ଦିଆଯାଉଥିବା ନିର୍ବାଚନ ଖର୍ଚ୍ଚ ବନ୍ଦ ରଖିବାକୁ ନିଷ୍ପତ୍ତି ଗୃହୀତ ହୋଇଛି। ପରିଷଦର ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ୱିବେଦୀ ସଦସ୍ୟମାନଙ୍କୁ କୃତଜ୍ଞତା ଜଣାଇ ଭବିଷ୍ୟତରେ ଯଥାସମ୍ଭବ ଓକିଲମାନଙ୍କ କଲ୍ୟାଣ ପାଇଁ ପଦକ୍ଷେପ ନେବାକୁ ଆହ୍ବାନ ଦେଇଛନ୍ତି। ଆଇନଜୀବୀମାନଙ୍କ କଲ୍ୟାଣ ନିମନ୍ତେ ନିଆଯାଇଥିବା ପଦକ୍ଷେପଗୁଡ଼ିକୁ ରାଜ୍ୟର ସମସ୍ତ ଆଇନଜୀବୀ ଓ ବୁଦ୍ଧିଜୀବୀ ମହଲରୁ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?