‘ଜାଗା ମିଶନ’ ଉପରେ କ୍ୟାବିନେଟ୍‌ ମୋହର; ଶିକ୍ଷକଙ୍କ ପାଇଁ ସପ୍ତମ ବେତନ ଲାଗୁ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବସିଥିବା କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିରେ ୫ ମହାନଗର ନିଗମ ପାଇଁ ଜାଗା ମିଶନ ସମେତ ୯ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। କଟକ, ଭୁବନେଶ୍ୱର, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର ମହାନଗରର ବସ୍ତିବାସିନ୍ଦାଙ୍କୁ ସରକାର ଜାଗା ଯୋଗାଇବେ । ବସ୍ତି ବାସିନ୍ଦାଙ୍କୁ ୪୫ ବର୍ଗମିଟର ପର୍ଯ୍ୟନ୍ତ ଭୂମି ଅଧିକାର ପ୍ରଦାନ କରାଯିବ। ଲ୍ୟାଣ୍ଡ ରାଇଟ୍ସ ଆକ୍ଟ ଅନୁରେ ଏହି ଜମି ମିଳିବ। ଏହାଦ୍ୱାରା ୯୩୮ଟି ବସ୍ତିର ୧ ଲକ୍ଷ ୯୦ ହଜାର ପରିବାର ତଥା ୮ ଲକ୍ଷ ୫୮ ହଜାର ଲୋକ ଉପକୃତ ହେବେ। ତେବେ ୬ ମାସ ଭିତରେ ଜମି ଯୋଗାଣ କାର୍ଯ୍ୟକ୍ରମ ଶେଷ ହେବ ବୋଲି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି।

ଶିକ୍ଷକଙ୍କୁ ପାଇଁ ସପ୍ତମ ବେତନ କମିଶନ ଲାଗୁ କରାଯିବ। ଏହାଦ୍ୱାରା ୨୬ହଜାରରୁ ଅଧିକ ଶିକ୍ଷକ ଏବଂ ଅଣଶିକ୍ଷକ ଉପକୃତ ହେବେ। ଏବେ ଶିକ୍ଷକମାନେ ବର୍ଦ୍ଧିତ ଦରମା ପାଇବେ। ଜାନୁଆରୀ ପହିଲାରୁ ଏହା ଲାଗୁ ହେବ। ଏଥିଲାଗି ବର୍ଷକୁ ୧୨୬ କୋଟି ଟଙ୍କା ରାଜ୍ୟ ସରକାର ଖର୍ଚ୍ଚ କରିବେ। ସେହିଭଳି ସରକାରୀ କଲେଜଗୁଡ଼ିକ ପାଇଁ ୩ ରିକ୍ରୁଟ୍‌ମେଣ୍ଟ ନିୟମ ଅନୁମୋଦିତ ହୋଇଛି। ଫଳରେ ଲାଇବ୍ରେରିଆନ୍‌, କିରାଣି ଆଦି ପଦ ପୂରଣ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି।…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ…

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ…

ମିଳୁନି ମୌଳିକ ସୁବିଧା, ଚଟାଣରେ ବସି ପଢ଼ୁଛନ୍ତି ପିଲା: ୪୬ ଛାତ୍ରୀଛାତ୍ରଙ୍କ ପାଇଁ ୨ ଶିକ୍ଷକ

ଗଞ୍ଜାମ, ୪ା୯ (ଅନାଥ ତରାଇ):ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ପ୍ରବେଶ ପଥ ନିକଟରେ ଥିବା ପୁଇଁତୋଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘଦିନ ଧରି ଭିତ୍ତିଭୂମି ଅଭାବ…

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri