ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁଠି ଅଧିକ ‘ସୁଭଦ୍ରା’ ଫର୍ମ ରିଜେକ୍ଟ ହୋଇଛି, ସେଠାରେ ଆରମ୍ଭ ହେବ…

ଭୁବନେଶ୍ୱର,୨୮ା୧୧: କିଛି ମହିଳା ସୁଭଦ୍ରା ଯୋଜନା ପାଇଁ ଫର୍ମ ଆବେଦନ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଟଙ୍କା ମିଳିନାହିଁ। କାହିଁକି ମିଳିନାହିଁ ବୋଲି ମହିଳାମାନେ ଅସନ୍ତୋଷ ବ୍ୟକ୍ତ କରୁଥିବାବେଳେ ଏନେଇ  ଗୁରୁବାର ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ସେ କହିଛନ୍ତି, ୧୫ ଦିନ ଭିତରେ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ ହେବ। ଯେଉଁଠି ଅଧିକ ସୁଭଦ୍ରା ଫର୍ମ ରିଜେକ୍ଟ ହୋଇଛି, ସେହି ସ୍ଥାନକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ମାଲକାନଗିରି, ଗଜପତି, କୋରାପୁଟରେ ଅଧିକ ରିଜେକ୍ସନ ହୋଇଛି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ମାଲକାନଗିରିରେ ଯାଞ୍ଚ ଆରମ୍ଭ ହେବ।

ଅନ୍ୟପକ୍ଷରେ ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ହି ଆବେଦନର ଶେଷ ତାରିଖ। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଏହା ସହ ମାର୍ଚ୍ଚ ୮ ମହିଳା ଦିବସରେ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

ସୂଚନାଯୋଗ୍ୟ, ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ  ଟଙ୍କା ଆସିଥିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ  ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଥିଲେ। ୨୦ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଯାଇଥିଲା। ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଥିଲେ, ୨ ଲକ୍ଷ ୬୭ ହଜାର ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କ ତାଲିକା ବ୍ଲକରେ ପହଞ୍ଚିଛି। ବ୍ଲକରେ ଏ ନେଇ ସମୀକ୍ଷା ସରିଛି। ପ୍ରାୟ ୨୫ ପ୍ରତିଶତ ସଂଶୋଧନ ହୋଇଯାଇଛି। ବାକି ଜମି ସମସ୍ୟା ଯୋଗୁ ଯେଉଁମାନଙ୍କ ନାମ ତାଲିକାରେ ନାହିଁ, ତାଙ୍କ ନାଁରେ ଜମି ନାହିଁ। କିନ୍ତୁ ସେମାନେ ଧାନ ବିକିଛନ୍ତି । ଏହି ବିବାଦରେ ସରଜମିନ ଯାଞ୍ଚ କରାଯିବ । ସେମାନେ ଡିସେମ୍ବରରେ ସୁଭଦ୍ରା ଟଙ୍କା ପାଇବେ। ଆଉ ୫ ଲକ୍ଷଙ୍କର କିଛି କିଛି ଅସୁବିଧା ରହିଛି, ତାହା ସମାଧାନ ହୋଇନାହିଁ। ସେମାନେ ଆଜି ଟଙ୍କା ପାଇବେ ନାହିଁ । ସେମାନଙ୍କର ଆକାଉଣ୍ଟ ସହ ଆଧାର ଲିଙ୍କରେ ସମସ୍ୟା ରହିଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ସବୁ ସଂଶୋଧନ ହେବା ପରେ ସେମାନେ ସାମିଲ ହୋଇପାରିବେ। ଏହାର ସମାଧାନ ହେବା ପରେ ବାଦ୍‌ ତାଲିକାରେ ଥିବା ଆଉ ୫ ଲକ୍ଷରୁ ଅଧିକ ଯୋଗ୍ୟ ମହିଳା ଡିସେମ୍ବରରେ ଅର୍ଥ ରାଶି ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ। ସୁଭଦ୍ରା ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ସରକାରୀ ଅଧିକାରୀ ଘରକୁ ଘର ଯିବେ। ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ କରିବା ପର୍ଯ୍ୟନ୍ତ ପ୍ରକ୍ରିୟା ଜାରି ରହିବ। ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ହେବେନି। ସମସ୍ତ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଭାତୀ କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri