Posted inଜାତୀୟ

ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ରାସ୍ତା କଡ଼ରୁ କଟାଯାଇ ପାରିବ ନାହିଁ ଗଛ

କୋଚି,୨୬।୫: କେବଳ ବ୍ୟବସାୟିକ କାର୍ଯ୍ୟକଳାପରେ ବାଧା ସୃଷ୍ଟି କରୁଥିବାରୁ ରାସ୍ତା କଡ଼ରେ କୌଣସି ଗଛ କଟାଯିବ ନାହିଁ ବୋଲି କେରଳ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ କହିଛନ୍ତି ଯେ ଗଛଗୁଡିକ କ୍ଷତିଗ୍ରସ୍ତ ଅବସ୍ଥାରେ ଥିଲେ ହିଁ କଟାଯାଇପାରିବ ଏବଂ ଯଦି ଲୋକଙ୍କ ସୁରକ୍ଷା ପ୍ରତି ବିପଦ ଥିବ ତେବେ ଏଡା କଟାଯାଇ ପାରିବ।
ଜଷ୍ଟିସ ପି.ଭି କୁହ୍ନିକ୍ରିଷ୍ଣନ କହିଛନ୍ତି ଯେ ସରକାରୀ ଜମିରେ ବଢୁଥିବା ବୃକ୍ଷ କାଟିବା ଏବଂ ବିସର୍ଜନ ନିୟମାବଳୀ ସମ୍ବନ୍ଧରେ ୨୦୧୦ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଗଠିତ କମିଟି ଏହି ନିଷ୍ପତ୍ତି ନେବା ଉଚିତ।
କୋର୍ଟ କହିଛନ୍ତି ଯେ, ଏପରି ନିଷ୍ପତ୍ତି ବିନା କୌଣସି ରାସ୍ତା କଡ଼ରେ ଥିବା ଗଛକୁ କର୍ତ୍ତୃପକ୍ଷ କାଟିବେ ନାହିଁ କିମ୍ବା ଅପସାରଣ କରିବେ ନାହିଁ। କେରଳ ସରକାର ଏଥିପ୍ରତି ଦୃଷ୍ଟି ଦେବା ଉଚିତ ଯେ କୌଣସି ବୈଧ କାରଣ ବିନା ରାସ୍ତା କଡ଼ରେ ଥିବା ଗଛ କାଟିବା ଏବଂ ହଟାଇବା ପାଇଁ କୌଣସି ଅନୁରୋଧ ଅନୁମତିପ୍ରାପ୍ତ ନୁହେଁ। ବୃକ୍ଷଗୁଡ଼ିକ ପକ୍ଷୀ ଏବଂ ପଶୁମାନଙ୍କୁ ଶୀତଳ ଛାୟା, ଶୁଦ୍ଧ ଅମ୍ଳଜାନ ଏବଂ ଆଶ୍ରୟ ପ୍ରଦାନ କରନ୍ତି।
ଜଙ୍ଗଲ ବିଭାଗର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରାଯାଇଥିବା ଆବେଦନକୁ ପ୍ରତ୍ୟାଖ୍ୟାନ କରିବାବେଳେ କୋର୍ଟ ଏହି ନିଷ୍ପତ୍ତି ଦେଇଛନ୍ତି। ପାଲକ୍କଡ-ପୋନାନି ରୋଡରେ ବାଣିଜି୍ୟକ ସମ୍ପତ୍ତି ଦୃଶ୍ୟରେ ବାଧା ସୃଷ୍ଟି କରୁଥିବା ଗଛ କାଟିବା ପାଇଁ ବନ ବିଭାଗ ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିବାବେଳେ ଜନ ସମ୍ପର୍କ ବିଭାଗ ମଧ୍ୟ ଏଥିପାଇଁ ଅନୁମତି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri