ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର,୧୪ା୩: ନବୀନ ନିବାସରେ ଗୁରୁବାର ଆରମ୍ଭ ହୋଇଛି ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ। ମେଣ୍ଟ ଚର୍ଚ୍ଚା ସମୟରେ ନବୀନ ନିବାସରେ ଏହା ୨ୟ ପର୍ଯ୍ୟାୟ ଦଳୀୟ ବୈଠକ ବସିଛି। ଯାହା ଉପରେ ସମସ୍ତଙ୍କ ନଜର ରହିଛି। କୁହାଯାଉଛି ଯେ, ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟକୁ ନେଇ ଯେଉଁ ଚର୍ଚ୍ଚା ଚାଲିଛି ତାହା ବୋଧହୁଏ ନିର୍ଣ୍ଣାୟକ ସ୍ଥିତିରେ ପହଞ୍ଚିଛି।

ଉକ୍ତ ବୈଠକରେ ପ୍ରଣବ ପ୍ରକାଶ ଦାସ, ଅଶୋକ ପଣ୍ଡା, ପ୍ରସନ୍ନ ଆଚାର୍ଯ୍ୟ, ସସ୍ମିତ ପାତ୍ର, ଅତନୁ ସବ୍ୟସାଚୀ ନାୟକ, ପ୍ରଶାନ୍ତ ମୁଦୁଲି, ପ୍ରୀତିରଞ୍ଜନ ଘଡ଼େଇ, ପ୍ରତାବ ଦେବ, ଅରୁଣ ସାହୁ, ପ୍ରଣବ ବଳବନ୍ତରାୟ, ସୁଧୀର ସାମଲ ପ୍ରମୁଖ ଯୋଗ ଦେଇଛନ୍ତି। ଉକ୍ତ ବୈଠକ ପରେ ମେଣ୍ଟ ହେବ କି ନାହିଁ ସେ ନେଇ ସ୍ପଷ୍ଟ ଚିତ୍ର ଆସିବ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି।

ବୁଧବାର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ବାସଭବନରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଯେଉଁଥିରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ଲତା ଉଶେଣ୍ଡି, ସଙ୍ଗଠନ ମନ୍ତ୍ରୀ ମାନସ ମହାନ୍ତି ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଗତ ୬ ତାରିଖରେ ମଧ୍ୟ ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ସେଦିନ ସନ୍ଧ୍ୟାରେ ୨ଟି ପର୍ଯ୍ୟାୟରେ ବୈଠକ ବସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri