ଦିଲ୍ଲୀରେ ଆରମ୍ଭ ହେଲା ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୬ା୩: ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡାଙ୍କ ଅଧ୍ୟକ୍ଷତାରେ ବୁଧବାର ଦଲ୍ଲୀରେ ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ଉକ୍ତ ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉପସ୍ଥିତ ଅଛନ୍ତି। ଏଥିସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ଭାଜପା ମୁଖପାତ୍ର ସମ୍ବିତ ପାତ୍ର ମଧ୍ୟ ଉପସ୍ଥିତ ଅଛନ୍ତି। ଉକ୍ତ ବୈଠକରେ ଓଡ଼ିଶା ସମ୍ପର୍କରେ ଆଲୋଚନା ହୋଇପାରେ ବୋଲି ରାଜନୈତିକ ମହଲରେ ଜୋର୍‌ ଚର୍ଚ୍ଚା ଚାଲିଛି। ତେବେ ବୈଠକ ପରେ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିବ ବୋଲି କୁହାଯାଉଛି।

Share
Tags: bjp