ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘର ଗୁରୁତ୍ୱପୂର୍ଣ୍ଣ ବୈଠକ

କେନ୍ଦୁଝର,୨୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ମାଧ୍ୟମିକ ସ୍କୁଲ ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ଶିକ୍ଷକ ଭବନରେ କାର୍ଯ୍ୟକାରୀ ସଭାପତି ଚିନ୍ତାମଣୀ ଜେନାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।

ବୈଠକରେ ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା, ସହକାରୀ ଜିଲା ଶିକ୍ଷା ଅଧିକାରୀ ସଞ୍ଜୟ କୁମାର ପାତ୍ର, ଚିନ୍ତାମଣି ପଣ୍ଡା, ପ୍ରକାଶ କୁମାର ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ସଂଘର ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ସଂଘର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ। ଏପରିକି ତୁରନ୍ତ ଏହାର ସମାଧାନ କରିବାକୁ ନିବେଦନ କରିଥିଲେ।

ଜିଲା ଶିକ୍ଷା ଅଧିକାରୀ ବରିହା ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେବା ସହ ଶିକ୍ଷକମାନଙ୍କ ସହଯୋଗ କାମନା କରିଥିଲେ। ଜିଲା ସଂଯୋଜକ କ୍ଷୀରୋଦ କୁମାର ରାଉତ ସଭା ପରିଚାଳନା କରିଥିଲେ। କୋଷାଧ୍ୟକ୍ଷ ମଦନ ମୋହନ ଦ୍ବିବେଦୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରେ ଓଷ୍ଟାର କେନ୍ଦୁଝର ସମ୍ପାଦକ ପ୍ରଶାନ୍ତ କୁମାର ମିଶ୍ର, ବ୍ଲକ ସଂଯୋଜକ ନଳିନୀ ଚନ୍ଦ୍ର ଘଣା , ବଳରାମ ରାଉତ, ରବି ନାରାୟଣ ସାହୁ, କାଶୀନାଥ ମହାନ୍ତ, ଲମ୍ବୋଦର ମହାନ୍ତ, ଦିଗମ୍ବର ଗିରି, ସୁଶିଲ କୁମାର ନାୟକ, ସପ୍ନେଶ୍ୱର୍‌ ସାହୁ, ଶାନ୍ତନୁ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri