ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭଞ୍ଜନଗର ବିଧାୟକ ତଥା ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା ପ୍ରଦ୍ୟୁମ୍ନ କୁମାର ନାୟକ ଯୋଗଦେଇ ଯାତ୍ରାକୁ ଅଧିକ ବ୍ୟବସ୍ଥିତ ଓ ଆକର୍ଷଣୀୟ କରିବାକୁ ପରାମର୍ଶ ଦେଇଛନ୍ତି।

ବିଧାୟକ ନାୟକ କହିଛନ୍ତି ଯେ, ଏହା ସାଧାରଣ ଲୋକଙ୍କ ଯାତ୍ରା, ତେଣୁ ସମସ୍ତ କାର୍ଯ୍ୟ କମିଟିର ସଭାପତି, ସମ୍ପାଦକ ଓ ବରିଷ୍ଠ କର୍ମକର୍ତ୍ତାଙ୍କ ସହମତିରେ ହେବ। କୌଣସି ବ୍ୟକ୍ତିଗତ ନିଷ୍ପତ୍ତି ନିଆଯିବ ନାହିଁ। ଯାତ୍ରାରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ଯାତ୍ରା ସରିବାର ୩୦ ଦିନ ମଧ୍ୟରେ ସମସ୍ତ ଆୟ-ବ୍ୟୟର ହିସାବ ସର୍ବସାଧାରଣରେ ଉପସ୍ଥାପନ କରାଯିବ ବୋଲି କର୍ମକର୍ତ୍ତା ବିଷ୍ଣୁ ପ୍ରସାଦ ପ୍ରଧାନ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଭଞ୍ଜନଗର ଠାକୁରାଣୀ ଯାତ୍ରା ପ୍ରତି ୩ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ। ଚଳିତ ବର୍ଷ ଏପ୍ରିଲ ୨୬, ୨୦୨୬ ଏହା ଆରମ୍ଭ ହେବାକୁ ଥିବା ବେଳେ ମେ’ ୨୦, ୨୦୨୬ ଏହା ଶେଷ ହେବ। ମେ ୧୯ ତାରିଖରେ ସିଂହବାହିନୀ ଯାତ୍ରା ଅନୁଷ୍ଠିତ ହେବ। ଏହାର ମୋଟ ଅବଧି ୨୫ ଦିନର ରହିବ।

ଏହି ଯାତ୍ରାରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଇଷ୍ଟଦେବୀ ବ୍ୟାଘ୍ର ଦେବୀଙ୍କୁ କୁଲାଡ଼ରୁ ଶଗଡ଼ରେ ବସାଇ ପ୍ରାୟ ୮ କିଲୋମିଟର ପର୍ଯ୍ୟନ୍ତ ଏକ ବିଶାଳ ଶୋଭାଯାତ୍ରାରେ ଅଣାଯିବ। ଏହାପରେ ଭଞ୍ଜନଗରର ଦେବୀ ଠାକୁରାଣୀଙ୍କୁ ନିମନ୍ତ୍ରଣ କରାଯାଇ ଅସ୍ଥାୟୀ ମଣ୍ଡପକୁ ଅଣାଯିବ। ପାରମ୍ପରିକ ନୃତ୍ୟ ଓ ଆତସବାଜିରେ ସହର ପ୍ରକମ୍ପିତ ହେବ।

ପୂର୍ବରୁ ମୁଖ୍ୟ ରାସ୍ତାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଯୋଗୁଁ ଟ୍ରାଫିକ ସମସ୍ୟା ଦେଖାଦେଉଥିଲା। ଏଥର ପୁରୁଣା ଜେଲ ପରିସରରେ ଗାଡ଼ି ପାର୍କିଂ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ବ୍ୟବସ୍ଥା କରାଯାଇଛି, ଯାହାଦ୍ୱାରା ଯାତାୟାତ ବାଧାପ୍ରାପ୍ତ ହେବ ନାହିଁ। ଏହି ବୈଠକରେ ପୌରପାଳିକା ଅଧ୍ୟକ୍ଷ ତଥା ସାଧାରଣ ସମ୍ପାଦକ ଗୋପବନ୍ଧୁ ମହାପାତ୍ର, ଉପ-ସଭାପତି ବିନୟ କୁମାର ରଥ, ସମ୍ପାଦକ ସୁଧୀର ରଞ୍ଜନ ବେହେରା ଓ ସଂଗଠନ ସମ୍ପାଦକ ସୁଶାନ୍ତ ମହାପାତ୍ର, ମୁରଲୀ ପଣ୍ଡା, ଶାନ୍ତନୁ ଦାସ, ସନ୍ତୋଷ ତିଆଡି ପ୍ରମୁଖ ଉପସ୍ଥିତ ରହି ନିଜର ମତାମତ ରଖିଥିଲେ। ୩ ବର୍ଷ ପରେ ଯାତ୍ରା ହେଉଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅଦମ୍ୟ ଉତ୍ସାହ ଦେଖାଦେଇଛି। କିଛି ନୂତନ କର୍ମକର୍ତ୍ତାଙ୍କୁ କମିଟିରେ ସାମିଲ କରାଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri