‘ଅଣସଙ୍ଗଠିତ ଶ୍ରମିକ କଂଗ୍ରେସରେ ଗୁରୁତ୍ୱପୂର୍ଣ୍ଣ ଭୂମିକା’

ଭୁବନେଶ୍ୱର,୨୯।୮(ବ୍ୟୁରୋ): କଂଗ୍ରେସର ଅଣସଂଗଠିତ ଶ୍ରମିକ କର୍ମଚାରୀ ସଂଘ ରାଜ୍ୟ ସଭାପତି ବିଦ୍ୟାଧର ମହାନ୍ତିଙ୍କ ଅଧ୍ୟକ୍ଷତାରେ ରବିବାର ଏକ ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ଭବନଠାରେ ଅନୁଷ୍ଠିତ ବୈଠକରେ ଅଣସଙ୍ଗଠିତ ଶ୍ରମିକ କର୍ମଚାରୀଙ୍କୁ ତୃଣମୂଳସ୍ତରରୁ କିଭଳି ସଙ୍ଗଠିତ କରାଯାଇପାରିବ ସେନେଇ ବୈଠକରେ ଆଲୋଚନା ହୋଇଥିଲା।
ସଭା ଆରମ୍ଭରେ ନିରଞ୍ଜନ ଲେଙ୍କା ଦେଶାତ୍ମକବୋଧକ ସଙ୍ଗୀତ ଗାନ କରିଥିଲେ। ପିସିସି ସଭାପତି ଶରତ ପଟ୍ଟନାୟକ ଯୋଗଦେଇ ତୃଣମୂଳ ସ୍ତରରେ କାର୍ଯ୍ୟକରୁଥିବା ସମସ୍ତ କର୍ମୀ ଓ ନେତୃତ୍ୱକୁ ଗୁରୁତ୍ୱ ଦେବାସହ ଆଗାମୀ ଦିନରେ ଅଣସଙ୍ଗଠିତ ଶ୍ରମିକ କଂଗ୍ରେସରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବେ ବୋଲି କହିଛନ୍ତି। ଏହାସହ ରାଜ୍ୟର ପ୍ରତ୍ୟେକ ଖଟିଖିଆ ଗରିବ ମେହନତି ମଣିଷ ଏବଂ ଚାଷୀ ମୂଲିଆଙ୍କୁ ସାମାଜିକ ସୁରକ୍ଷା ନିଶ୍ଚିତ କରିବା ପାଇଁ ବିଗତ ଦିନରେ କଂଗ୍ରେସ କରିଥିବା ସମସ୍ତ ଆଇନ ଓ ଯୋଜନାକୁ ଅଣଦେଖା କରାଯାଉଥିବା ବେଳେ ବର୍ତ୍ତମାନ ଆମକୁ ଏ କ୍ଷେତ୍ରରେ ସଂଗ୍ରାମ କରିବାକୁ ପଡ଼ିବ ବୋଲି ସେ କହିଛନ୍ତି। ଦରବୃଦ୍ଧି ଆକାଶଛୁଆଁ ହୋଇଥିବା ବେଳେ ବେରୋଜଗାରୀ ମହାମାରୀରୂପ ନେଉଛି। ଫଳରେ ଏମାନଙ୍କ ଜୀବନ ଦୁର୍ବିଷହ ହୋଇପଡ଼ିଛି।
ସେପ୍ଟେମ୍ବର ୪ ମହଙ୍ଗାଇ ବିରୋଧରେ ଦିଲ୍ଲୀ ଚଲୋ ଅଭିଯାନକୁ ସଫଳ କରିବା ପାଇଁ ଆହ୍ବାନ ଦେଇଛନ୍ତି। ତେଣୁ ଆଗାମୀ ଦିନରେ କଂଗ୍ରେସ ହିଁ ଏକମାତ୍ର ବିକଳ୍ପ ବୋଲି ତାଙ୍କ ବକ୍ତବ୍ୟରେ ପ୍ରକାଶ କରିବା ସହିତ ରାଜ୍ୟରେ ନବୀନ ଏବଂ କେନ୍ଦ୍ରରେ ମୋଦି ସରକାରଙ୍କୁ ସମାଲୋଚନା କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ: ଇନ୍ଧନ ପାଲଟିଛି ଅସ୍ତ୍ର

ତେହରାନ୍‌,୨୦।୩: ଆମେରିକା-ଇରାନ୍‌ ଯୁଦ୍ଧକୁ ୨୦ ଦିନ ବିତିଛି । ଉଭୟ ପକ୍ଷ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ଆହୁରି ତୀବ୍ର ହୋଇଛି। ଆମେରିକା ଓ ଇସ୍ରାଏଲ ଇରାନକୁ ସମ୍ପୂର୍ଣ୍ଣ ନିଷ୍କ୍ରିୟ…

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

ADR ରିପୋର୍ଟ, ୭୩ ରାଜ୍ୟ ସଭା ସଦସ୍ୟଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୦।୩(ପି.ଟି.): ରାଜ୍ୟ ସଭାର ମୋଟ ସଦସ୍ୟ ସଂଖ୍ୟାର ପ୍ରାୟ ୩୨ ପ୍ରତିଶତଙ୍କ ନାମରେ ଆପରାଧିକ ମାମଲା ରହିଥିଲାବେଳେ ୧୪ ପ୍ରତିଶତ ଅରବପତି ବୋଲି ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌…

ଉଚ୍ଛେଦ ଆଗରୁ ଥଇଥାନ କର: ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ରାସ୍ତା ପ୍ରଶସ୍ତୀକରଣ, ଡ୍ରେନ୍‌ ନିର୍ମାଣ ଏବଂ ଅନ୍ୟ ବିକାଶମୂଳକ ପ୍ରକଳ୍ପକୁ ଆଖି ଆଗରେ ରଖି ଏଭଳି…

ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଅଧ୍ୟକ୍ଷଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୦।୩: ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପାର୍ଟଟାଇମ୍‌ ଅଧ୍ୟକ୍ଷ ଅତନୁ ଚକ୍ରବର୍ତ୍ତୀ ବୁଧବାର ଅଚାନକ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ବ୍ୟାଙ୍କର ପ୍ରଶାସନ, ମନୋନୟନ ଓ ବେତନ କମିଟି…

ମା’ ସମଲେଶ୍ବରୀଙ୍କ ବ୍ରହ୍ମଚାରିଣୀ ବେଶ: ସକାଳୁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି ହୋଇଛି। ଦ୍ବିତୀୟ ଦିବସ ଶୁକ୍ରବାରରେ ଦେବୀ ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି…

ଇରାନର ପରମାଣୁ ଶକ୍ତି ଶେଷ…ମୃତ୍ୟୁର କଳ୍ପନାଜଳ୍ପନା ମଧ୍ୟରେ ନେତାନ୍ୟାହୁ କହିଲେ ‘ମୁଁ ଏବେ ବି ଜୀବିତ ଅଛି’

ନୂଆଦିଲ୍ଲୀ,୨୦।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି । ପ୍ରଧାନମନ୍ତ୍ରୀ…

ଆଧାର ଅପ୍‌ଡେଟ୍‌ ସମୟସୀମା ଧାର୍ଯ୍ୟ କର, UIDAIକୁ ସିଇସିଙ୍କ ପରାମର୍ଶ

ନୂଆଦିଲ୍ଲୀ,୨୦।୩(ପି.ଟି.): ଆଧାର ସଂକ୍ରାନ୍ତ ବିବରଣୀ ଅପ୍‌ଡେଟ୍‌ (ଅଧୁନାତନ)ରେ ବିଳମ୍ବ ଘଟୁଥିବାରୁ କେନ୍ଦ୍ରୀୟ ସୂଚନା ଆୟୋଗ(ସିଇସି) ଏ ନେଇ ସମୟସୀମା ଧାର୍ଯ୍ୟ କରିବାକୁ ଏକକ ପରିଚୟପତ୍ର କର୍ତ୍ତୃପକ୍ଷ (ୟୁଆଇଡିଏଆଇ)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri