‘ଅଣସଙ୍ଗଠିତ ଶ୍ରମିକ କଂଗ୍ରେସରେ ଗୁରୁତ୍ୱପୂର୍ଣ୍ଣ ଭୂମିକା’

ଭୁବନେଶ୍ୱର,୨୯।୮(ବ୍ୟୁରୋ): କଂଗ୍ରେସର ଅଣସଂଗଠିତ ଶ୍ରମିକ କର୍ମଚାରୀ ସଂଘ ରାଜ୍ୟ ସଭାପତି ବିଦ୍ୟାଧର ମହାନ୍ତିଙ୍କ ଅଧ୍ୟକ୍ଷତାରେ ରବିବାର ଏକ ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ଭବନଠାରେ ଅନୁଷ୍ଠିତ ବୈଠକରେ ଅଣସଙ୍ଗଠିତ ଶ୍ରମିକ କର୍ମଚାରୀଙ୍କୁ ତୃଣମୂଳସ୍ତରରୁ କିଭଳି ସଙ୍ଗଠିତ କରାଯାଇପାରିବ ସେନେଇ ବୈଠକରେ ଆଲୋଚନା ହୋଇଥିଲା।
ସଭା ଆରମ୍ଭରେ ନିରଞ୍ଜନ ଲେଙ୍କା ଦେଶାତ୍ମକବୋଧକ ସଙ୍ଗୀତ ଗାନ କରିଥିଲେ। ପିସିସି ସଭାପତି ଶରତ ପଟ୍ଟନାୟକ ଯୋଗଦେଇ ତୃଣମୂଳ ସ୍ତରରେ କାର୍ଯ୍ୟକରୁଥିବା ସମସ୍ତ କର୍ମୀ ଓ ନେତୃତ୍ୱକୁ ଗୁରୁତ୍ୱ ଦେବାସହ ଆଗାମୀ ଦିନରେ ଅଣସଙ୍ଗଠିତ ଶ୍ରମିକ କଂଗ୍ରେସରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବେ ବୋଲି କହିଛନ୍ତି। ଏହାସହ ରାଜ୍ୟର ପ୍ରତ୍ୟେକ ଖଟିଖିଆ ଗରିବ ମେହନତି ମଣିଷ ଏବଂ ଚାଷୀ ମୂଲିଆଙ୍କୁ ସାମାଜିକ ସୁରକ୍ଷା ନିଶ୍ଚିତ କରିବା ପାଇଁ ବିଗତ ଦିନରେ କଂଗ୍ରେସ କରିଥିବା ସମସ୍ତ ଆଇନ ଓ ଯୋଜନାକୁ ଅଣଦେଖା କରାଯାଉଥିବା ବେଳେ ବର୍ତ୍ତମାନ ଆମକୁ ଏ କ୍ଷେତ୍ରରେ ସଂଗ୍ରାମ କରିବାକୁ ପଡ଼ିବ ବୋଲି ସେ କହିଛନ୍ତି। ଦରବୃଦ୍ଧି ଆକାଶଛୁଆଁ ହୋଇଥିବା ବେଳେ ବେରୋଜଗାରୀ ମହାମାରୀରୂପ ନେଉଛି। ଫଳରେ ଏମାନଙ୍କ ଜୀବନ ଦୁର୍ବିଷହ ହୋଇପଡ଼ିଛି।
ସେପ୍ଟେମ୍ବର ୪ ମହଙ୍ଗାଇ ବିରୋଧରେ ଦିଲ୍ଲୀ ଚଲୋ ଅଭିଯାନକୁ ସଫଳ କରିବା ପାଇଁ ଆହ୍ବାନ ଦେଇଛନ୍ତି। ତେଣୁ ଆଗାମୀ ଦିନରେ କଂଗ୍ରେସ ହିଁ ଏକମାତ୍ର ବିକଳ୍ପ ବୋଲି ତାଙ୍କ ବକ୍ତବ୍ୟରେ ପ୍ରକାଶ କରିବା ସହିତ ରାଜ୍ୟରେ ନବୀନ ଏବଂ କେନ୍ଦ୍ରରେ ମୋଦି ସରକାରଙ୍କୁ ସମାଲୋଚନା କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri