ଗୃହ ବିଭାଗର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ: ଫରେନ୍‌ସିକ୍‌ ସେବାରେ ୨୪୭, ପବ୍ଲିକ୍‌ ପ୍ରସିକ୍ୟୁଶନରେ ୨୬୭ ପଦ ସୃଷ୍ଟି

ଭୁବନେଶ୍ୱର,୯ା୪: ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ମଙ୍ଗଳବାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଫରେନ୍‌ସିକ୍‌ ସାଇନ୍ସ ସର୍ଭିସ୍‌ରେ ୨୪୭ ପଦ ସୃଷ୍ଟି କରାଯାଇଥିବାବେଳେ ପବ୍ଲିକ ପ୍ରସିକ୍ୟୁଶନ ନିର୍ଦ୍ଦେଶାଳୟରେ ୨୬୭ ପଦ ସୃଷ୍ଟି ହୋଇଛି।

ଏ ସଂକ୍ରାନ୍ତରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ମହାଲେଖାକାରଙ୍କୁ ମଙ୍ଗଳବାର ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି। ପତ୍ର ଅନୁଯାୟୀ, ରାଜ୍ୟପାଳଙ୍କ ଅନୁମୋଦନ ପରେ ରାଜ୍ୟ ଫରେନ୍‌ସିକ ସାଇନ୍ସ ସର୍ଭିସ୍‌ ସଙ୍ଗଠନରେ ୨୪୭ ପଦ ସୃଷ୍ଟି କରାଯାଇଛି।

ସେଥିମଧ୍ୟରେ ଗୋଟିଏ ଯୁଗ୍ମ ନିର୍ଦ୍ଦେଶକ ପଦ ରହିଥିବାବେଳେ ୨ଟି ଉପନିର୍ଦ୍ଦେଶକ, ୨୦ ସହନିର୍ଦ୍ଦେଶକ, ୬୫ ବରିଷ୍ଠ ସାଇନ୍ସ ଅଫିସର, ୭୧ ସାଇନ୍ସ ଅଫିସର, ୨୧ ବରିଷ୍ଠ ଫରେନ୍‌ସିକ ଆଟେଣ୍ଡାଣ୍ଟ ଓ ୬୭ କନିଷ୍ଠ ଫରେନ୍‌ସିକ ଆଟେଣ୍ଡାଣ୍ଟ ପଦ ରହିଛି। ସାହୁ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ସରକାରଙ୍କ ନୀତି ଅନୁଯାୟୀ ସଂପୃକ୍ତ ପଦାଧିକାରୀ ନିୟମିତ ଭାବେ ଦରମା ଓ ଆନୁଷଙ୍ଗିକ ପ୍ରାପ୍ୟ ପାଇବେ।

ସେହିପରି ପବ୍ଲିକ୍‌ ପ୍ରସିକ୍ୟୁଶନ ନିର୍ଦ୍ଦେଶାଳୟରେ ୨୬୭ ପଦ ସୃଷ୍ଟି କରାଯାଇଛି। ସେଥିମଧ୍ୟରେ ୩୬ଟି ଉପନିର୍ଦ୍ଦେଶକ ପଦ ରହିଥିବାବେଳେ ୩ଟି ପବ୍ଲିକ୍‌ ପ୍ରସିକ୍ୟୁଟର, ୧୦୬ଟି ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର, ୯୧ଟି ସହ ପବ୍ଲିକ ପ୍ରସିକ୍ୟୁଟର ଏବଂ ୩୧ଟି କନିଷ୍ଠ ସହାୟକ ପଦ ରହିଛି। ଏହି ପଦ ପୂରଣ ବେଳେ ଓଆର୍‌ଭି-ଆଇନକୁ ଗୁରୁତ୍ୱ ଦେବାକୁ ସତ୍ୟବ୍ରତ ପତ୍ରରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri