Posted inଜାତୀୟ

ବିରୋଧୀ ଏକତା ବଢ଼ାଇବାକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୩।୫: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସୋମବାର ଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ଖାର୍ଗେଙ୍କ ବାସଭବନରେ ହୋଇଥିବା ଏହି ସାକ୍ଷାତ ଅବସରରେ ବିରୋଧୀ ଏକତା ଉପରେ ଗୁରୁତ୍ୱାରୋପ କରାଯାଇଥିବା ଏବଂ ଆଗାମୀ ଦିନରେ ପାଟନାଠାରେ ହେବାକୁ ଥିବା ବିରୋଧୀ ନେତାଙ୍କ ବୈଠକ ସମ୍ପର୍କରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ୨୦୨୪ ସାଧାରଣ ନିର୍ବାଚନରେ ବିରୋଧୀ ଏକତା ବୃଦ୍ଧି ସମ୍ପର୍କିତ ଏହା ଦ୍ୱିତୀୟ ବୈଠକ କୁହାଯାଉଛି। ଏହି ବୈଠକରେ କଂଗ୍ରେସ ସାଧାରଣ ସମ୍ପାଦକ(ସଙ୍ଗଠନ) କେ.ସି. ବେଣୁଗୋପାଳ ଏବଂ ଜେଡିୟୁ ସଭାପତି ଲଲନ ସିଂ ମଧ୍ୟ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ରବିବାର ଏହି ପ୍ରସଙ୍ଗରେ ନୀତୀଶ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ। ଏହି ଅବସରରେ କେନ୍ଦ୍ରର ଭାଜପା ସରକାର ବିରୋଧରେ ଲଢେଇ ପାଇଁ ତାଙ୍କର ସମର୍ଥନ ରହିଥିବା ନେଇ ନୀତୀଶଙ୍କୁ ଅବଗତ କରାଇଥିବା କୁହାଯାଉଛି।
କର୍ନାଟକରେ ସିଦ୍ଦାରାମାୟାଙ୍କ ସରକାରର ଶପଥ ଗ୍ରହଣ ଉତ୍ସବରେ ନୀତୀଶ, ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍‌. କେ. ଷ୍ଟାଲିନ୍‌, ଏନ୍‌ସିପି ସୁପ୍ରିମୋ ଶରଦ ପାଓ୍ବାର, ନାଶନାଲ କନ୍‌ଫରେନ୍ସ ମୁଖ୍ୟ ଫାରୁଖ ଅବଦ୍ଦୁଲା ପ୍ରମୁଖ ଯୋଗ ଦେଇଥିଲେ। ତେବେ କର୍ନାଟକରେ କଂଗ୍ରେସର ବିଜୟ ଜାତୀୟ ସ୍ତରରେ ବିରୋଧୀ ଏକତା ମେଳିକୁ ଦୃଢ କରୁଥିବା କୁହାଯାଉଛି।
ସୂଚନାଯୋଗ୍ୟ ନୀତୀଶ ଏବଂ ତେଜସ୍ବୀ ଏପ୍ରିଲ ୧୨ରୁ ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ପ୍ରମୁଖ ବିରୋଧୀ ଦଳର ନେତାଙ୍କୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri