Posted inଜାତୀୟ

ବିରୋଧୀ ଏକତା ବଢ଼ାଇବାକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୩।୫: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସୋମବାର ଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ଖାର୍ଗେଙ୍କ ବାସଭବନରେ ହୋଇଥିବା ଏହି ସାକ୍ଷାତ ଅବସରରେ ବିରୋଧୀ ଏକତା ଉପରେ ଗୁରୁତ୍ୱାରୋପ କରାଯାଇଥିବା ଏବଂ ଆଗାମୀ ଦିନରେ ପାଟନାଠାରେ ହେବାକୁ ଥିବା ବିରୋଧୀ ନେତାଙ୍କ ବୈଠକ ସମ୍ପର୍କରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ୨୦୨୪ ସାଧାରଣ ନିର୍ବାଚନରେ ବିରୋଧୀ ଏକତା ବୃଦ୍ଧି ସମ୍ପର୍କିତ ଏହା ଦ୍ୱିତୀୟ ବୈଠକ କୁହାଯାଉଛି। ଏହି ବୈଠକରେ କଂଗ୍ରେସ ସାଧାରଣ ସମ୍ପାଦକ(ସଙ୍ଗଠନ) କେ.ସି. ବେଣୁଗୋପାଳ ଏବଂ ଜେଡିୟୁ ସଭାପତି ଲଲନ ସିଂ ମଧ୍ୟ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ରବିବାର ଏହି ପ୍ରସଙ୍ଗରେ ନୀତୀଶ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ତାଙ୍କ ବାସଭବନରେ ଭେଟିଥିଲେ। ଏହି ଅବସରରେ କେନ୍ଦ୍ରର ଭାଜପା ସରକାର ବିରୋଧରେ ଲଢେଇ ପାଇଁ ତାଙ୍କର ସମର୍ଥନ ରହିଥିବା ନେଇ ନୀତୀଶଙ୍କୁ ଅବଗତ କରାଇଥିବା କୁହାଯାଉଛି।
କର୍ନାଟକରେ ସିଦ୍ଦାରାମାୟାଙ୍କ ସରକାରର ଶପଥ ଗ୍ରହଣ ଉତ୍ସବରେ ନୀତୀଶ, ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍‌. କେ. ଷ୍ଟାଲିନ୍‌, ଏନ୍‌ସିପି ସୁପ୍ରିମୋ ଶରଦ ପାଓ୍ବାର, ନାଶନାଲ କନ୍‌ଫରେନ୍ସ ମୁଖ୍ୟ ଫାରୁଖ ଅବଦ୍ଦୁଲା ପ୍ରମୁଖ ଯୋଗ ଦେଇଥିଲେ। ତେବେ କର୍ନାଟକରେ କଂଗ୍ରେସର ବିଜୟ ଜାତୀୟ ସ୍ତରରେ ବିରୋଧୀ ଏକତା ମେଳିକୁ ଦୃଢ କରୁଥିବା କୁହାଯାଉଛି।
ସୂଚନାଯୋଗ୍ୟ ନୀତୀଶ ଏବଂ ତେଜସ୍ବୀ ଏପ୍ରିଲ ୧୨ରୁ ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ପ୍ରମୁଖ ବିରୋଧୀ ଦଳର ନେତାଙ୍କୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri