ଲଘୁ ଖଣିଜ ଚୋରାଚାଲାଣ ରୋକିବାକୁ ଗୁରୁତ୍ୱ

ଜଗତ୍‌ସିଂହପୁର ଅଫିସ, ୨୭।୪: ଜଗତ୍‌ସିଂହପୁର ଜିଲାର ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟଜିତ୍‌ ସାହୁ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ସେ ଖାରି ପାଣିରେ ମାଛ ଚାଷ ସମ୍ବନ୍ଧୀୟ ଲିଜ ଉପରେ ଗୁରୁତ୍ତ୍ୱାରୋପ କରିଥିଲେ। ଜିଲା କମିଟି ଦ୍ୱାରା ଅନୁମୋଦିତ ହୋଇଥିବା ମାତ୍ର କାର୍ଯ୍ୟକାରୀ ହୋଇ ନ ଥିବା ଲିଜକୁ ଅଗ୍ରାଧିକାର ଭିତ୍ତିରେ କରିବାକୁ ସେ ତହସିଲଦାରମାନଙ୍କୁ କହିଥିଲେ। ତହସିଲ ଓ ନିବନ୍ଧନ କାର୍ଯ୍ୟାଳୟକୁ ଆସୁଥିବା ଅଭିଯୋଗ ଶୁଣାଣି କରି ଏହା ଉପରେ ତ୍ୱରିତ ନ୍ୟାୟୋଚିତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଅଧିକାରୀମାନଙ୍କୁ ନିଜ କାର୍ଯ୍ୟାଳୟରେ ଅଧିକ ସ୍ବଚ୍ଛତା ଆଣିବାକୁ ପରାମର୍ଶ ଦେଇଥିଲେ। ବାଲିକୁଦା, ଜଗତସିଂହପୁର ଓ ଏରସମା ତହସିଲଦାରଙ୍କୁ ସାତ ଦିନ ମଧ୍ୟରେ ସମସ୍ତ ଦାଖଲ ଖାରଜ ମାମଲା ସମ୍ପୂର୍ଣ୍ଣ କରି ଠିକ ସମୟରେ ପଟ୍ଟା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।
ଜଗତ୍‌ସିଂହପୁର, ନାଉଗାଁ ଓ ତିର୍ତ୍ତୋଲ ତହସିଲଦାରଙ୍କୁ ଜୁନ ୩୦ ମଧ୍ୟରେ ଏ ସମ୍ବନ୍ଧିତ ସମସ୍ତ ବନ୍ଦୋବସ୍ତ ମାମଲାର ଫଇସଲା କରିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ। ଜିଲାରେ ୩୦ ଲଘୁ ଖଣିଜ ଉତ୍ସରୁ ମାତ୍ର ୨ଟି ଲଘୁ ଖଣିଜ ଉତ୍ସ କାର୍ଯ୍ୟକ୍ଷମ ହୋଇଛି, ଅବଶିଷ୍ଟକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ସେ କହିଥିଲେ। ତିର୍ତ୍ତୋଲ, ନାଉଗାଁ ଓ ବିରିଡି ତହସିଲଦାରଙ୍କୁ ସେମାନଙ୍କ ତହସିଲର ଅଧିକ ଲଘୁ ଖଣିଜ ଉତ୍ସକୁ କାର୍ଯ୍ୟକ୍ଷମ କରିବାକୁ କୁହାଯାଇଥିଲା। ଲଘୁ ଖଣିଜ ସମ୍ପଦରୁ ରାଜସ୍ବ ଆଦାୟ ଉପରେ ଗୁରୁତ୍ୱାରୋପ ହୋଇଥିଲା। ଏସବୁ ଖଣିଜର ଚୋରା ଚାଲାଣ ସମୟରେ ଚଢ଼ାଉ ବେଳେ ଅଧିକାରୀମାନଙ୍କୁ ସୁରକ୍ଷା ଦେବାକୁ ବୈଠକରେ ସ୍ଥିର କରାଯାଇଥିଲା। ତହସିଲଦାରମାନଙ୍କୁ ପୋଲିସ ସହ ଭଲ ସମନ୍ବୟ ରକ୍ଷା କରିବାକୁ କୁହାଯାଇଥିଲା। କୌଣସି ସରକାରୀ ପ୍ରକଳ୍ପ ଯଥା ରେଳବାଇ, ଜାତୀୟ ରାଜପଥ ଓ ଜଳସେଚନ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣରେ ବିଳମ୍ବ ନ କରିବାକୁ ନିଷ୍ପତ୍ତି ହୋଇଥିଲା । ପାରାଦୀପ ଚଣ୍ଡିଖୋଲ ଅର୍ଥନୈତିକ କରିଡର ନିମନ୍ତେ ତ୍ୱରିତ ଜମି ଅଧିଗ୍ରହଣ ପାଇଁ ସାହୁ ନିର୍ଦ୍ଦେଶ ଦେଇଥିଲେ। ସମସ୍ତ ସରକାରୀ ପ୍ରକଳ୍ପରେ ଜମି ଅଧିଗ୍ରହଣ କରି ଦାଖଲଖାରଜ ମାମଲାରେ ପଟ୍ଟା ସଂଶୋଧନ କରି ଜମି ହସ୍ତାନ୍ତରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ୫ ଉଚ୍ଚ ବିଦ୍ୟାଳୟକୁ ଏପ୍ରିଲ ୩୦ ସୁଦ୍ଧା ସଂଶୋଧିତ ଜମି ପଟ୍ଟା ଦେବାକୁ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲ। ଏତଦ୍‌ବ୍ୟତୀତ ସମସ୍ତ ସରକାରୀ ଶିକ୍ଷାନୁଷ୍ଠାନମାନଙ୍କୁ ଏପ୍ରିଲ ୩୦ ସୁଦ୍ଧା ଅତିରିକ୍ତ ଜିଲାପାଳଙ୍କ ସ୍ବତନ୍ତ୍ର ତତ୍ତ୍ୱାବଧାନରେ ଜମି ପଟ୍ଟା ଯୋଗାଇଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ନୂତନ ରାଜସ୍ବ ନିରୀକ୍ଷକଙ୍କ ବାସଭବନ ତଥା କାର୍ଯ୍ୟାଳୟ ନିର୍ମାଣ ପାଇଁ ଜାଗା ଚିହ୍ନଟ କରିବାକୁ କୁହାଯାଇଥିଲା। ମୂଲ୍ୟବାନ ସରକାରୀ ଜମିକୁ ସୁରକ୍ଷା ଓ ସଂରକ୍ଷଣ କରିବାକୁ ସାହୁ ନିର୍ଦ୍ଦେଶ ଦେଇଥିଲେ। ଏହିପରି ନିୟମିତ ସମୀକ୍ଷା ବୈଠକ କରାଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରାଥମିକତା ଉପରେ ଗୁରୁତ୍ୱାରୋପ କରି ବିଭିନ୍ନ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ସେ କହିଥିଲେ। ଅନ୍ୟମାମାନଙ୍କ ମଧ୍ୟରେ ଏହି ଆଭାସୀ ବୈଠକରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ, ବିଭାଗର ବହୁ ବରିଷ୍ଠ ଅଧିକାରୀ, ଆଇଜିଆର, ଭୂ ଅଭିଲେଖ ଓ ସର୍ବେକ୍ଷଣ ସଂସ୍ଥାର ନିର୍ଦ୍ଦେଶକ,ଏନ୍‌ଆଇସିର ବରିଷ୍ଠ ଅଧିକାରୀ, ଜିଲାପାଳ, ଅତିରିକ୍ତ ଜିଲାପାଳ, ଉପଜିଲାପାଳ ଓ ଅନ୍ୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri