ୟୁକ୍ରେନ୍‌ର ଗୁରୁତ୍ୱପୂର୍ଣ୍ଣ ବିଜୟ, କୃଷ୍ଣ ସାଗରର ସ୍ନେକ୍‌ ଦ୍ୱୀପ ଖାଲି କଲେ ରୁଷିଆ ସୈନ୍ୟ…

କ୍ୱିଭ୍‌, ୧।୭ : ତିନି ମାସରୁ ଅଧିକ ସମୟ ଧରି ରୁଷିଆ ଆକ୍ରମଣ ସହ ସଂଗ୍ରାମ କରୁଥିବା ୟୁକ୍ରେନ କୃଷ୍ଣ ସାଗରରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ୟୁକ୍ରେନ୍‌ ଦ୍ୱାରା ରୁଷିଆ ଯୁଦ୍ଧ ଜାହାଜ ଏବଂ ନୌସେନା ବେସ ଉପରେ ଲଗାତାର ଆକ୍ରମଣ ହେବାରୁ ବାଧ୍ୟ ହୋଇ ରୁଷୀୟ ସୈନ୍ୟ ମାନେ କୃଷ୍ଣ ସାଗରର ସ୍ନେକ ଦ୍ୱୀପକୁ ଖାଲି କରିଛନ୍ତି। ଏହା ଦ୍ୱାରା ଏଣିକି ୟୁକ୍ରେନ ବନ୍ଦରରୁ ରପ୍ତାନି ଉପରେ ଜାରି ରହିଥିବା ରୁଷିଆର ଅବରୋଧ ଶେଷ ହେବାର ଆଶା ରହିଛି।

ଅପରପକ୍ଷରେ ରୁଷିଆ ଦାବି କରିଛି ଯେ ଏହା ସ୍ନେକ ଦ୍ୱୀପକୁ ଜାଣିଶୁଣି ସଦ୍‌ଭାବନା ସ୍ଥାପନ କରିବା ଉଦ୍ଦେଶ୍ୟରେ ଖାଲି କରିଛି। ଇତିମଧ୍ୟରେ ୟୁକ୍ରେନକୁ ସାମରିକ ସହଯୋଗ ଭାବରେ ଆମେରିକା ଅତିରିକ୍ତ ୮୦୦ ମିଲିୟନ ଡଲାର ସହାୟତା ଘୋଷଣା କରିଛି।

ୟୁକ୍ରେନରେ ମାନବିକ ସହାୟତା କାର୍ଯ୍ୟକ୍ରମରେ ହସ୍ତକ୍ଷେପ ନକରିବା ପାଇଁ ରୁଷିଆର ବୈଦେଶିକ ମନ୍ତ୍ରଣାଳୟ ଏହି ଦ୍ୱୀପରୁ ସନ୍ୟଙ୍କୁ ପ୍ରତ୍ୟାହାର କରୁଛି ବୋଲି କହିଛି।

ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ଚିଫ୍‌ ଅଫ ଷ୍ଟାଫ ଆନ୍ଦ୍ରେୟ ୟେରମାକ ଟୁଇଟ କରି କହିଛନ୍ତି, ଆର୍ଟିଲିରି ଏବଂ କ୍ଷେପଣାସ୍ତ୍ର ଆକ୍ରମଣ ଯୋଗୁ ରୁଷିଆ ସୈନ୍ୟମାନଙ୍କୁ ପଳାୟନ କରିବାକୁ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri