‘ଭାରତ ଉପରେ ଲଗାଅ ୧୦୦ ପ୍ରତିଶତ ଟାରିଫ’ ମୋଦିଙ୍କୁ ଭଲ ବନ୍ଧୁ କହି କାହିଁକି ପଛରୁ ଛୁରୀ ମାରୁଛନ୍ତି ଟ୍ରମ୍ପ? ଜାଣନ୍ତୁ କାରଣ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୦।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ରୁଷିଆ ବିରୁଦ୍ଧରେ ଏକ ମୋର୍ଚ୍ଚା ଖୋଲିଛନ୍ତି। ସେ ୟୁରୋପୀୟ ସଂଘ (EU)କୁ କହିଛନ୍ତି ଯେ ଯଦି ରୁଷିଆ ଉପରେ ଚାପ ପକାଇବାକୁ ହୁଏ, ତେବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରାଯିବା ଉଚିତ। ଏହା ପୁଣିଥରେ ଟ୍ରମ୍ପଙ୍କ ଦ୍ୱୈତ ଚରିତ୍ରକୁ ଦର୍ଶାଉଛି। ସେ ସମ୍ପ୍ରତି ଭାରତର ବନ୍ଧୁତା ବିଷୟରେ ଏକ ବିବୃତ୍ତି ଦେଇଛନ୍ତି। ଟ୍ରମ୍ପ ବୁଧବାର (ସେପ୍ଟେମ୍ବର ୧୦) ଦିନ କହିଥିଲେ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜଣେ ଭଲ ବନ୍ଧୁ ଏବଂ ଭାରତ-ଆମେରିକା ଖୁବ ଶୀଘ୍ର ବାଣିଜ୍ୟ ଆଲୋଚନା କରିବେ।
ଟ୍ରମ୍ପ ଟ୍ରୁଥରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଏହା ମାଧ୍ୟମରେ ସେ କହିଛନ୍ତି, ‘ମୁଁ ଆପଣଙ୍କୁ କହିବାକୁ ଖୁସି ଯେ ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ସମ୍ବନ୍ଧୀୟ ବାଧା ଦୂର କରିବା ପାଇଁ ଆଲୋଚନା ଚାଲିଛି। ମୁଁ ଆଗାମୀ ସପ୍ତାହଗୁଡ଼ିକରେ ମୋର ବହୁତ ଭଲ ବନ୍ଧୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେବାକୁ ଅପେକ୍ଷା କରିଛି। ମୁଁ ବିଶ୍ୱାସ କରୁଛି ଯେ ଏହି ଆଲୋଚନା ମାଧ୍ୟମରେ ଉଭୟ ଦେଶ ପାଇଁ ସମସ୍ୟାର ସମାଧାନ କରିବା ସହଜ ହେବ।’ ରଏଟର୍ସର ଏକ ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ଟ୍ରମ୍ପ ୟୁରୋପୀୟ ସଂଘକୁ କହିଛନ୍ତି, ‘ଭାରତ ଏବଂ ଚାଇନା ରୁଷିଆରୁ ତେଲ କିଣିବା ବନ୍ଦ ନ କରିବା ପର୍ଯ୍ୟନ୍ତ ଲାଗୁ ହୋଇଥିବା ଶୁଳ୍କ ଜାରି ରଖନ୍ତୁ।’ ସେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ବିଷୟରେ ଟ୍ରମ୍ପଙ୍କ ଜଣେ ଅଧିକାରୀ କହିଛନ୍ତି, ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, କିନ୍ତୁ ଆମେ କେବଳ ସେତେବେଳେ ଏହା କରିବୁ ଯେତେବେଳେ ଆମର ୟୁରୋପୀୟ ଅଂଶୀଦାରମାନେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri