‘ଭାରତ ଉପରେ ଲଗାଅ ୧୦୦ ପ୍ରତିଶତ ଟାରିଫ’ ମୋଦିଙ୍କୁ ଭଲ ବନ୍ଧୁ କହି କାହିଁକି ପଛରୁ ଛୁରୀ ମାରୁଛନ୍ତି ଟ୍ରମ୍ପ? ଜାଣନ୍ତୁ କାରଣ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୦।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ରୁଷିଆ ବିରୁଦ୍ଧରେ ଏକ ମୋର୍ଚ୍ଚା ଖୋଲିଛନ୍ତି। ସେ ୟୁରୋପୀୟ ସଂଘ (EU)କୁ କହିଛନ୍ତି ଯେ ଯଦି ରୁଷିଆ ଉପରେ ଚାପ ପକାଇବାକୁ ହୁଏ, ତେବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରାଯିବା ଉଚିତ। ଏହା ପୁଣିଥରେ ଟ୍ରମ୍ପଙ୍କ ଦ୍ୱୈତ ଚରିତ୍ରକୁ ଦର୍ଶାଉଛି। ସେ ସମ୍ପ୍ରତି ଭାରତର ବନ୍ଧୁତା ବିଷୟରେ ଏକ ବିବୃତ୍ତି ଦେଇଛନ୍ତି। ଟ୍ରମ୍ପ ବୁଧବାର (ସେପ୍ଟେମ୍ବର ୧୦) ଦିନ କହିଥିଲେ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜଣେ ଭଲ ବନ୍ଧୁ ଏବଂ ଭାରତ-ଆମେରିକା ଖୁବ ଶୀଘ୍ର ବାଣିଜ୍ୟ ଆଲୋଚନା କରିବେ।
ଟ୍ରମ୍ପ ଟ୍ରୁଥରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଏହା ମାଧ୍ୟମରେ ସେ କହିଛନ୍ତି, ‘ମୁଁ ଆପଣଙ୍କୁ କହିବାକୁ ଖୁସି ଯେ ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ସମ୍ବନ୍ଧୀୟ ବାଧା ଦୂର କରିବା ପାଇଁ ଆଲୋଚନା ଚାଲିଛି। ମୁଁ ଆଗାମୀ ସପ୍ତାହଗୁଡ଼ିକରେ ମୋର ବହୁତ ଭଲ ବନ୍ଧୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେବାକୁ ଅପେକ୍ଷା କରିଛି। ମୁଁ ବିଶ୍ୱାସ କରୁଛି ଯେ ଏହି ଆଲୋଚନା ମାଧ୍ୟମରେ ଉଭୟ ଦେଶ ପାଇଁ ସମସ୍ୟାର ସମାଧାନ କରିବା ସହଜ ହେବ।’ ରଏଟର୍ସର ଏକ ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ଟ୍ରମ୍ପ ୟୁରୋପୀୟ ସଂଘକୁ କହିଛନ୍ତି, ‘ଭାରତ ଏବଂ ଚାଇନା ରୁଷିଆରୁ ତେଲ କିଣିବା ବନ୍ଦ ନ କରିବା ପର୍ଯ୍ୟନ୍ତ ଲାଗୁ ହୋଇଥିବା ଶୁଳ୍କ ଜାରି ରଖନ୍ତୁ।’ ସେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ବିଷୟରେ ଟ୍ରମ୍ପଙ୍କ ଜଣେ ଅଧିକାରୀ କହିଛନ୍ତି, ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, କିନ୍ତୁ ଆମେ କେବଳ ସେତେବେଳେ ଏହା କରିବୁ ଯେତେବେଳେ ଆମର ୟୁରୋପୀୟ ଅଂଶୀଦାରମାନେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri