Posted inଜାତୀୟ

ମଣିପୁରରେ ଲାଗୁ କରିଦିଅ ରାଷ୍ଟ୍ରପତି ଶାସନ: ଥରୁର…

ଇମ୍ଫାଲ,୭।୫ : ଉତ୍ତର-ପୂର୍ବ ମଣିପୁରରେ ହିଂସା ପରେ ପରିସ୍ଥିତି ଚିନ୍ତାଜନକ ରହିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ହଜାର ହଜାର ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି। ରାଜ୍ୟରେ ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ବରିଷ୍ଠ କଂଗ୍ରେସ ନେତା ତଥା ଲୋକସଭା ଏମପି ଶଶି ଥରୁର ମଣିପୁରରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ଦାବି କରିଛନ୍ତି। ଥରୁର କହିଛନ୍ତି, ଏଠାରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଆସୁଛି। ଭାଜପାକୁ ଟାର୍ଗେଟ କରି ସେ କହିଛନ୍ତି ସେମାନେ ଏଠାରେ ଭୋଟରଙ୍କୁ ଠକିଛନ୍ତି।

ଭୋଟରଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଛିି। ଏହା ବ୍ୟତୀତ ଅନ୍ୟ କିଛି ବିକାଶ କରାଯାଇ ନାହିଁ। ଭୋଟରଙ୍କୁ ଭୋଟ ଦେବା ପାଇଁ ନିର୍ବାଚନ ସମୟରେ ଦିଆଯାଇଥିବା ପ୍ରତିଶ୍ରୁତି,ପୂରଣ ହେଉଛି କି ବୋଲି ସେ ପ୍ରଶ୍ନ କରିଛନ୍ତି।

ସୂଚନାଯୋଗ୍ୟ, ମଣିପୁରରେ ହୋଇଥିବା ହିଂସା ପରଠାରୁ ପ୍ରାୟ ୫୫ ଜଣ ଲୋକଙ୍କ ଜୀବନ ଗଲାଣି। ଅନେକ ଲୋକ ଆହତ ହୋଇଛନ୍ତି। ମଣିପୁରରେ ୧୩ ହଜାରରୁ ଅଧିକ ଲୋକଙ୍କୁ ହିଂସା ପ୍ରଭାବିତ ଅଞ୍ଚଳରୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ପୂର୍ବରୁ ସୁରକ୍ଷା ବାହିନୀର ଅନେକ କମ୍ପାନୀ ନିୟୋଜିତ ହୋଇଥିଲେ। ଏଥି ସହିତ କେନ୍ଦ୍ର ସରକାର ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସୁରକ୍ଷା ବାହିନୀର ୨୦ଟି କମ୍ପାନୀ ପଠାଇଛନ୍ତି। ଧୀରେ ଧୀରେ ପରିସ୍ଥିତି ନିୟନ୍ତ୍ରଣରେ ଥିବା ଜଣାପଡିଛି।

ମଣିପୁରର ଚୁରାଚାନ୍ଦପୁରରୁ କର୍ଫ୍ୟୁ ଉଠାଯାଇଛି। ଏଠାରେ ୩ ଘଣ୍ଟା ପାଇଁ କର୍ଫ୍ୟୁ କୋହଳ କରାଯାଇଛି। ମେ ୩ ରେ ଏଠାରେ ହିଂସା ଆରମ୍ଭ ହୋଇଥିଲା ଯେତେବେଳେ ଆଦିବାସୀ ଛାତ୍ର ସଂଘ ମଣିପୁର ଚୁରଚାନ୍ଦପୁରର ତୋରବାଙ୍ଗରେ ଏକ ଆଦିବାସୀ ଏକତା ପଦଯାତ୍ରା କରିଥିଲେ। ଏହା ପରେ ଆଦିବାସୀ ଏବଂ ଅଣ ଆଦିବାସୀଙ୍କ ମଧ୍ୟରେ ହିଂସା ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

ଇରାନକୁ ସହାୟତା କରୁଛି ରୁଷିଆ! ଜେଲେନସ୍କିଙ୍କ ଦାବି ଉପରେ ଟ୍ରମ୍ପଙ୍କ ବଡ଼ ବୟାନ

ଓ୍ବାଶିିଂଟନ,୨୮।୭: ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ଦ୍ୱାରା କରାଯାଇଥିବା ଏକ ଦାବିର ଜବାବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଜେଲେନସ୍କି କହିଥିଲେ ଯେ ରୁଷିଆ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri