Posted inଖେଳ

ଏବେ ଭାରତ-ପାକିସ୍ତାନ ସିରିଜ୍‌ ସମ୍ଭବ ନୁହେଁ

ଲାହୋର,୧୩।୯: ଏବେ ଦୁଇ ପଡ଼ୋଶୀ ଦେଶ ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ କ୍ରିକେଟ ସିରିଜ୍‌ ଖେଳାଯିବା ସମ୍ଭବ ନୁହେଁ। ନୂଆ କରି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ଚେୟାରମ୍ୟାନ ଦାୟିତ୍ୱ ପାଇଥିବା ପୂର୍ବତନ ପାକିସ୍ତାନ କ୍ରିକେଟର ରମିଜ ରାଜା ଏଭଳି କହିଛନ୍ତି। ସୋମବାର ସର୍ବସମ୍ମତି କ୍ରମେ ପିସିବି ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି କ୍ରିକେଟରରୁ ଭାଷ୍ୟକାର ପାଲଟିଥିବା ୫୯ ବର୍ଷୀୟ ରମିଜ।

ଏହି ଅବସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜାଙ୍କୁ ଦୁଇ ପଡ଼ୋଶୀ ଦେଶ ମଧ୍ୟରେ କ୍ରିକେଟ ସିରିଜ୍‌ ସମ୍ଭାବନା ଉପରେ ପ୍ରଶ୍ନ କରାଯାଇଥିଲା। ଏହାର ଉତ୍ତରରେ ରମିଜ କହିଥିଲେ, ବର୍ତ୍ତମାନ ଏହା ସମ୍ଭବ ନୁହେଁ। କାରଣ ରାଜନୀତି କାରଣରୁ ଦେଶରେ କ୍ରୀଡ଼ା ଭିତ୍ତିଭୂମି ନଷ୍ଟ ହୋଇଯାଇଛି। ଏ ଦିଗରେ ଆଗେଇବା ପାଇଁ ତରତର ହେବା ଦରକାର ନାହିଁ। ଏବେ ଆମକୁ ଘରୋଇ ଓ ସ୍ଥାନୀୟ କ୍ରିକେଟ ଉପରେ ଗୁରୁତ୍ୱ ଦେବା ଦରକାର। ଉଲ୍ଲେଖଯୋଗ୍ୟ, ୧୯୮୪ରୁ ୧୯୯୭ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟରେ ସକ୍ରିୟ ଥିଲେ ରମିଜ। ୧୯୯୨ ବିଶ୍ୱକପ୍‌ ଚାମ୍ପିୟନ ଦଳର ସଦସ୍ୟ ରମିଜ ୫୭ ଟେଷ୍ଟ ଗୋଟିଏ ଶତକ ସହ ୨,୮୩୩ ରନ୍‌ ଓ ୧୯୮ ଦିନିକିଆ ମ୍ୟାଚ୍‌ରେ ୫.୮୪୧ ରନ୍‌ କରିଥିଲେ। ତାଙ୍କ ଦିନିକିଆ କ୍ୟାରିୟରରେ ୯ଟି ଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri