ୟୁକ୍ରେନ ପତାକାକୁ ଚୁମ୍ବନ ଦେଲେ ପୋପ

ଭାଟିକାନ୍‌ ସିଟି,୬।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ୪୦ରୁ ଅଧିକ ଦିନ ହେବ ଯୁଦ୍ଧ ଚାଲିଛି। ନିକଟ ଅତୀତରେ ୟୁକ୍ରେନର ବୁଚା ସହରରୁ ଅନେକ ମୃତଦେହ ମିଳିଥିଲା ଏବଂ ବର୍ତ୍ତମାନ ସୁଦ୍ଧା ମୃତଦେହ ବାହାର କରିବା ପ୍ରକ୍ରିୟା ଚାଲିଛି। ୟୁକ୍ରେନ ମିଡିଆ ରିପୋର୍ଟ ଅନୁଯାୟୀ ଏପର୍ଯ୍ୟନ୍ତ ୪୦୦ରୁ ଅଧିକ ମୃତଦେହ ମିଳିଛି। ସେପଟେ ପୋପ ଫ୍ରାନ୍ସିସ ୟୁକ୍ରେନର ବୁଚା ସହରରୁ ଆସିଥିବା ୟୁକ୍ରେନ ପତାକାକୁ ଚୁମ୍ବନ ଦେଇ ଯୁଦ୍ଧ ବନ୍ଦ କରିବାକୁ ପୁନର୍ବାର ନିବେଦନ କରିଛନ୍ତି।
ପୋପ ଫ୍ରାନ୍ସିସ ଭାଟିକାନ୍‌ ସିଟିରେ ପହଞ୍ଚିଥିବା ୬ଜଣ ୟୁକ୍ରେନ ପିଲାଙ୍କୁ ସ୍ବାଗତ କରି ସେମାନଙ୍କୁ ଏକ ବଡ ଇଷ୍ଟର ଅଣ୍ଡା ଚକୋଲେଟ ଦେଇଥିଲେ। ୟୁକ୍ରେନବାସୀଙ୍କ ପାଇଁ ପ୍ରାର୍ଥନା କରିବାକୁ ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ। ଏହି ପିଲାମାନଙ୍କୁ ନିଜ ଘର ଛାଡି ଏକ ସୁରକ୍ଷିତ ସ୍ଥାନରେ ପହଞ୍ଚିବା ପାଇଁ ହଜାରେ କିଲୋମିଟର ଯାତ୍ରା କରିବାକୁ ପଡିଛି।
ୟୁକ୍ରେନର ବୁଚା ଠାରେ ବହୁ ସଂଖ୍ୟକ ମୃତଦେହ ମିଳିବା ସହ ଜଡିତ ଏହି ଘଟଣାରେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର କହିଛନ୍ତି, ଏହି ରିପୋର୍ଟ ଆମକୁ ବିବ୍ରତ କରିଛି। ଏହି ହତ୍ୟାକାଣ୍ଡକୁ ଆମେ ନିନ୍ଦା କରୁଛୁ। ଏହି ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଆମେ ଆହ୍ବାନକୁ ସମର୍ଥନ କରୁଛୁ। ଏହାପୂର୍ବରୁ ୟୁଏନଏସସିରେ ୟୁକ୍ରେନର ବୁଚା ସହରରେ ହୋଇଥିବା ହତ୍ୟାକାଣ୍ଡକୁ ଭାରତ ମଧ୍ୟ ନିନ୍ଦା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?