ସମ୍ବିତଙ୍କ ପ୍ରଭାବୀ ପ୍ରଦର୍ଶନ

ଭୁବନେଶ୍ୱର,୨।୨ (ତପନ ସ୍ବାଇଁ):ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ଅନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଚେସ୍‌ର ୭ମ ରାଉଣ୍ଡ ଖେଳ ଗୁରୁବାର ଶେଷ ହୋଇଛି। ସପ୍ତମ ରାଉଣ୍ଡ ଶେଷରେ ତେଲେଙ୍ଗାନାର ବିଗ୍ନେଶ ଭେମୁଲା ୬ ପଏଣ୍ଟ ପାଇ ଏକକ ଅଗ୍ରଣୀ ଲାଭ କରିଛନ୍ତି। ଓଡ଼ିଶା ଅନ୍ତର୍ଜାତୀୟ ମାଷ୍ଟର (ଆଇଏମ୍‌) ସମ୍ବିତ ପଣ୍ଡାଙ୍କ ସହ
ଇରାନ ଆଇଏମ୍‌ ତହବାଜ ଅରଶ, ଜମ୍ମୁ-କଶ୍ମୀର କ୍ୟାଣ୍ଡିଡେଟ ମାଷ୍ଟର ସୋହମ କୋମତ୍ରା ଓ ପଶ୍ଚିମବଙ୍ଗ ଗ୍ରାଣ୍ଡମାଷ୍ଟର ସାୟନ୍ତନ ଦାସ ୫.୫ ପଏଣ୍ଟ ଲେଖାଏ ପାଇ ମିଳିତ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସମ୍ବିତ ପ୍ରଭାବୀ ପ୍ରଦର୍ଶନ କରି ଉଭୟ ୬ଷ୍ଠ ଓ ୭ମ ରାଉଣ୍ଡରେ ବିଜୟୀ ହୋଇଛନ୍ତି। ୬ଷ୍ଠ ରାଉଣ୍ଡରେ ସେ ପଶ୍ଚିମବଙ୍ଗ ଗ୍ରାଣ୍ଡମାଷ୍ଟର ସପ୍ତଶ୍ରୀ ରୟ ଚୌଧୁରୀଙ୍କୁ ଧଳା ଗୋଟିରେ ଏବଂ ୭ମ ରାଉଣ୍ଡରେ ମହାରାଷ୍ଟ୍ର ଆଇଏମ୍‌ ସମିଦ ଜୟକୁମାର ଶେଟେଙ୍କୁ କଳା ଦାନରେ ପରାସ୍ତ କରିଛନ୍ତି। ୯ ଜଣ ଖେଳାଳି ୫ ପଏଣ୍ଟ ଲେଖାଏ ପାଇଛନ୍ତି। ପ୍ରତିଯୋଗିତାର ୧୬୦୦ ରେଟିଂରୁ କମ୍‌ ବର୍ଗ ଚେସ୍‌ ଗୁରୁବାର ଆରମ୍ଭ ହୋଇଛି। ଏଥିରେ ୨୦ ରାଜ୍ୟରୁ ୩୬୬ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ଏହା ମଧ୍ୟରେ ୧୬୯ ଅନ୍ତର୍ଜାତୀୟ ରେଟେଡ ଖେଳାଳି ରହିଛନ୍ତି। ଏଥିରେ ମୋଟ ୯ ରାଉଣ୍ଡ ଖେଳ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

୬ରୁ ହବିଷିଆଳି ବ୍ରତ ପାଇଁ ଅନ୍‌ଲାଇନ ପଞ୍ଜୀକରଣ

ପୁରୀ,୩ା୧୦(ଅଜିତ୍‌ କୁମାର ମହାନ୍ତି) ଚଳିତ ବର୍ଷ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଅକ୍ଟୋବର ୨୬ରୁ ଆରମ୍ଭ ହୋଇ ନଭେମ୍ବର ୨୪ରେ ଶେଷହେବ। କେବଳ ଅନ୍‌ଲାଇନ ମାଧ୍ୟମରେ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?