୮,୦୦୦ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍‌ ଯୋଗାଣରେ ଉନ୍ନତୀକରଣ

ଭୁବନେଶ୍ୱର,୬।୫(ଅନୁରାଧା ମହାରଣା): ଟିପି ସେଣ୍ଟ୍ର୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ) ପକ୍ଷରୁ ବିସିଡିଡି-୨ ଡିଭିଜନ ଅନ୍ତର୍ଗତ ଭରତପୁର ପିଏସ୍‌ଏସ୍‌ଠାରେ ଏକ ୨୫ ଏମ୍‌ଭିଏ ପାୱାର ଟ୍ରାନ୍ସଫର୍ମର କାର୍ଯ୍ୟକ୍ଷମ କରାଯାଇଛି। ଏହାଦ୍ୱାରା ଭରତପୁର, କଳିଙ୍ଗନଗର ଏବଂ ଖଣ୍ଡଗିରି ଅଞ୍ଚଳର ପ୍ରାୟ ୮,୦୦୦ ଉପଭୋକ୍ତା ଭରସାଯୋଗ୍ୟ ବିଦ୍ୟୁତ୍‌ ସେବା ଏବଂ ଉନ୍ନତ ଭୋଲ୍‌ଟେଜ୍‌ ଦ୍ୱାରା ଉପକୃତ ହେବେ। ଏହା ସହ ସମାନ ଡିଭିଜନ ଅଧୀନରେ ଥିବା ଖଣ୍ଡୁଆଳ ବସ୍ତିଠାରେ ଏକ ୨୫୦ କେଭିଏ ଡିଷ୍ଟ୍ରିବ୍ୟୁଶନ ଟ୍ରାନ୍ସଫର୍ମର ସ୍ଥାପନ କରାଯାଇଛି, ଯାହା ଖଣ୍ଡୁଆଳ ବସ୍ତି ଏବଂ ଜିଏ ପ୍ଲଟ୍‌ ଅଞ୍ଚଳର ପ୍ରାୟ ୩୫୦ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ୍‌ ଯୋଗାଣକୁ ସୁଦୃଢ଼ କରିବ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri