ରୂପାନ୍ତରଣ ପରେ ବି ସୁଧୁରୁନି ଖେଳପଡ଼ିଆ ଅବସ୍ଥା

ଖଣ୍ଡପଡ଼ା,୩ା୧୧: (ଅଜୟ କୁମାର ମହାରଣା): ଖଣ୍ଡପଡ଼ା ବ୍ଳକ ଅଧୀନ ଖଳିସାହି ଲିଙ୍ଗରାଜ ଉଚ୍ଚ ବିଦ୍ୟାଳୟଟି ୫-ଟି ରୂପାନ୍ତରଣ କାର୍ଯ୍ୟ ପରେ ବି ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୧୪ ଏକର ପରିମିତ ଜାଗା ଥିବା ବିଦ୍ୟାଳୟ ଶ୍ରେଣୀଗୃହର ଅଭାବ ଯୋଗୁ ପିଲାମାନେ ପାଠ ପଢ଼ିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଦ୍ୟାଳୟ ପରିସରରେ ଅବସ୍ଥିତ ପୁରାତନ ବିପଦଶଙ୍କୁଳ ଶ୍ରେଣୀଗୃହକୁ ନାମକୁ ମାତ୍ର ମରାମତି କରାଯାଇ ରଙ୍ଗ କରାଯାଇଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଲକ୍ଷାଧିକ ଟଙ୍କା ବ୍ୟୟରେ ରୁପାନ୍ତରଣ କାର୍ଯ୍ୟ ଶେଷ ହୋଇଥିଲେ ହେଁ ବିଦ୍ୟାଳୟର ଖେଳପଡିଆଟି ଏବେ ବି ପରିତ୍ୟକ୍ତ ଅବସ୍ଥାରେ ପଡିରହିଛି। ପଡ଼ିଆର ଗୋଟିଏ ପାର୍ଶ୍ୱରେ ଏକ ବିରାଟ ବଡ଼ ପଥରଖଣ୍ଡ ରହିଥିବା ବେଳେ ଖେଳ ପଡିଆର ଚତୁଃପାର୍ଶ୍ୱ ଅନାବନା ଗଛଲତାରେ ଭର୍ତ୍ତି ହୋଇ ରହିଛି। ଖଣ୍ଡପଡ଼ା ବ୍ଳକ ପ୍ରଶାସନର ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଉକ୍ତ ବିଦ୍ୟାଳୟର ରୁପାନ୍ତରଣ କାର୍ଯ୍ୟ ଶେଷ ହୋଇଥିବା ବେଳେ ଏ ବାବଦ ଅନୁଦାନ ଅର୍ଥ ଠିକ ଭାବେ ବିନିଯୋଗ ହୋଇ ନ ଥିବା ଅଭିଯୋଗ ହେଉଛି। ଏଥିପ୍ରତି ବ୍ଳକ ଓ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହେଉଛି। ସୂଚନାଯୋଗ୍ୟ, ଏବେ ଉକ୍ତ ବିଦ୍ୟାଳୟରେ ଧନ୍ଦାମୂଳକ ଶିକ୍ଷାଦାନ ନିମନ୍ତେ ଅଧିକ ଶ୍ରେଣୀ ଗୃହର ଆବଶ୍ୟକତା ଥିବାରୁ ଏ ନେଇ ଚିନ୍ତାରେ ପଡିଛନ୍ତି ବିଦ୍ୟାଳୟ କତ୍ତୃପକ୍ଷ। ସ୍ଥାନୀୟ ଲୋକଙ୍କ ଉଦ୍ୟମ କ୍ରମେ ୧୯୭୪ରେ ଗଢି ଉଠିଥିବା ଏହି ପୁରାତନ ଶିକ୍ଷାନୁଷ୍ଠାନଟି ପ୍ରତି ପ୍ରଶାସନ ଓ ଖଣ୍ଡପଡ଼ା ବ୍ଳକ ଗୋଷ୍ଠୀ ଶିକ୍ଷାଧିକାରୀ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri