ତ୍ୱରାନ୍ବିତ ହେଉନି ଉନ୍ନୟନ କାର୍ଯ୍ୟ: ଜନ ପ୍ରତିନିଧିଙ୍କ ମୌନ ଧାରଣା

ଦେଓଗାଁ, ୩ା୧୧ (ଡି.ଏନ.ଏ.)
ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ବର୍ତ୍ତମାନ ଉନ୍ନୟନ କାର୍ଯ୍ୟ ଏକପ୍ରକାର ବ୍ୟାହତ ହୋଇଛି ା ଫଳରେ ମଞ୍ଜୁର ଅର୍ଥ ପୁଣି ସରକାରଙ୍କ ନିକଟକୁ ଫେରିବାକୁ ବସିଛି ା ପ୍ରଶାସନର ଏଭଳି ଅବହେଳା ପ୍ରତିବାଦରେ ସୋମବାର ଜନପ୍ରତିନିଧିମାନେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମୌନ ଧାରଣାରେ ବସିଥିଲେ। ଫଳରେ ବିଡିଓ ନବୀନ କିଶୋର ପାଢ଼ୀ କାର୍ଯ୍ୟରେ ଯୋଗଦେଇ ନ ପାରି ଫେରି ଯାଇଥିଲେ। ଧାରଣାର ୨ଘଣ୍ଟା ପରେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମହେଶ୍ୱର ସ୍ବାଇଁ ଫୋନବାର୍ତ୍ତା ମାଧ୍ୟମରେ ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ ଦିଗରେ ପଦକ୍ଷେପ ନେବାପାଇଁ ପ୍ରତିଶ୍ରୁତି ଦେବା ପରେ ଜନପ୍ରତିନିଧିମାନେ ଧାରଣାରୁ ଓହରିଥିଲେ ା ଗତ ୨୦୧୯ ଅଗଷ୍ଟ ମାସ ୧୩ ତାରିଖରେ ହୋଇଥିବା ଭୟଙ୍କର ବନ୍ୟା ସମୟରେ ଭାଙ୍ଗି ଯାଇଥିବା ରାସ୍ତାଘାଟ ମରାମତି ପାଇଁ ଆସିଥିବା ୧କୋଟି ୫୪ ଲକ୍ଷ ୮ଶହ ଟଙ୍କା ଖର୍ଚ୍ଚ ନ ହୋଇ ପଡି ରହିଛି ା କେଉଁ ରାସ୍ତା କେତେ ଟଙ୍କାରେ ଉନ୍ନତୀକରଣ ହେବ ତାହା ନିଷ୍ପତ୍ତି ସରିଛି। ହେଲେ କାମ ଆରମ୍ଭ କରାଯାଉନାହିଁ ା ଫଳରେ ଅକ୍ଟୋବର ୨୧ ତାରିଖରେ ହୋଇଥିବା ପଞ୍ଚାୟତ ସମିତି ବୈଠକରେ ସମସ୍ତ ଜନପ୍ରତିନିଧି ଏ ନେଇ ଦାବି କରିବା ପରେ ବିିଡିଓ ପାଢ଼ୀ ୭ଦିନ ମଧ୍ୟରେ ପଡି ରହିଥିବା ଉନ୍ନୟନ କାର୍ଯ୍ୟର ଫାଇଲ ଖୋଲାଯାଇ କାର୍ଯ୍ୟ ଆରମ୍ଭର ପ୍ରତିଶ୍ରୁତି ଦେଇଥିଲେ ା ହେଲେ ଇତିମଧ୍ୟରେ ୧୧ଦିନ ବିତିଯାଇଥିଲେ ହେଁ ଏ ଦିଗରେ କୌଣସି ପଦକ୍ଷେପ ନିଆ ନ ଯିବାରୁ ସୋମବାର ପଞ୍ଚାୟତ ସମିତି ଅଧ୍ୟକ୍ଷା ରୀନା ମେହେରଙ୍କ ନେତୃତ୍ୱରେ ସରପଞ୍ଚ ସଂଘ ସଭାପତି ଦୟାନିଧି ଖମାରୀଙ୍କ ସହ ୧୯ଟି ପଞ୍ଚାୟତର ସମିତି ସଭ୍ୟାସଭ୍ୟ, ସରପଞ୍ଚ ବ୍ଲକ ସମ୍ମୁଖରେ ମୌନ ଧାରଣା ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri