ଭୁବନେଶ୍ୱର,୧୯।୭: ଓଡ଼ିଶା ସରକାର ଓ ଟାଟା ପାୱାରର ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ଖୋର୍ଦ୍ଧାର ବାଘମାରୀଠାରେ ଫିଡର୍ ଓ ନେଟ୍ୱର୍କ ଭିତ୍ତିଭୂମିର ଉନ୍ନତୀକରଣ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଗ୍ରହଣ କରାଯାଇଛି। ଏହି ପ୍ରକଳ୍ପର ଉଦ୍ଦେଶ୍ୟ ହେଉଛି ସମ୍ପୃକ୍ତ ଅଞ୍ଚଳର ବାସିନ୍ଦାଙ୍କ ପାଇଁ ଭରସାଯୋଗ୍ୟ ଓ ପ୍ରଭାବୀ ବିଦ୍ୟୁତ ଯୋଗାଣରେ ଉନ୍ନତି ଆଣିବା। ସେହିଭଳି ଟିପିସିଓଡିଏଲ୍ ପକ୍ଷରୁ କଟକ ଜିଲାର ବାଙ୍କି ଅଧୀନରେ ଥିବା ହରିରାଜପୁର ନୂଆ ସାହିରେ ନେଟ୍ୱର୍କର ସୁଦୃଢ଼ୀକରଣ କରାଯାଇଛି, ଯାହା ପ୍ରାୟ ୩୦୦ମିଟର ଦୂରତା ଅତିକ୍ରମ ସହ ଉକ୍ତ ରୁଟ୍ରେ ୩ଟି ନୂଆ ଏଲ୍ଟି ଇଣ୍ଟରପୋଜିଂ ବିଦ୍ୟୁତ ଖୁଣ୍ଟ ସ୍ଥାପନ କରାଯାଇଛି। ସେହିପରି ବିଦ୍ୟୁତ ବଣ୍ଟନରେ ଉନ୍ନତି ଆଣିବା ପାଇଁ ଟିପିସିଓଡିଏଲ୍ ପକ୍ଷରୁ ୩୫ବର୍ଗ ମିମି ଏଲ୍ଟି ଏବିସିକୁ ୩ଫେଜ୍ ୫୦ବର୍ଗ ମିମି ଏଲ୍ଟି ଏବିସିକୁ ଅପ୍ଗ୍ରେଡ୍ କରାଯାଇଛି। ଏହି ଉନ୍ନତୀକରଣ କାର୍ଯ୍ୟ ଦ୍ୱାରା ଉତ୍ତମ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ ହୋଇପାରିବ ଏବଂ ଏହା ବାଘମାରୀ ଗ୍ରାମବାସୀଙ୍କ ଲୋ ଭୋଲ୍ଟେଜ୍ ସମସ୍ୟାକୁ ଦୂର କରିବ। ଏଲ୍ଟି ତାର ଲଗାଇବା କାର୍ଯ୍ୟ ଗତ ସପ୍ତାହରେ ଶେଷ ହୋଇଥିଲା। ଅପରପକ୍ଷରେ ବିଦ୍ୟୁତ ଭିତ୍ତିିଭୂମିର ଉନ୍ନତି ଆଣିବା ଏବଂ ଗ୍ରାହକମାନଙ୍କୁ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ଲାଗି ଟିପିସିଓଡିଏଲ୍ ପ୍ରତିବଦ୍ଧ ରହିଥିବା ବେଳେ କମ୍ପାନୀ ପକ୍ଷରୁ ଏହାର ବଣ୍ଟନ ଅଞ୍ଚଳରେ ଭିତ୍ତିଭୂମି ସୁଦୃଢ଼ୀକରଣ ପାଇଁ ବିଭିନ୍ନ ଅଭିଯାନ ଓ ପ୍ରଯୁକ୍ତି ନବସୃଜନ ପଦକ୍ଷେପ ଗ୍ରହଣ କରାଯାଉଛି।
୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…
ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…
ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ
ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…
ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….
ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…
ରାତିରେ ଝିଅ ଡ୍ରେସ୍ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…
ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…
ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ
ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…
୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…
ନୂଆଦିଲ୍ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…
ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video
ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…
ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି
ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…
Archives

