ଶ୍ରୀମନ୍ଦିର ସୁରକ୍ଷା ବଳୟ ଉନ୍ନତିକରଣ: ଜମି ଅଧିଗ୍ରହଣ ଜନଶୁଣାଣି ଆରମ୍ଭ

ପୁରୀ ଅଫିସ,୯ା୧୦: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷା ବଳୟ ଉନ୍ନତିକରଣ କରାଯିବ। ଏହି ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଓଡ଼ିଶା ସାମାଜିକ ପ୍ରଭାବ ଆକଳନ ୟୁନିଟ ଏକ ଚିଠା ପ୍ରସ୍ତୁତ କରିଛନ୍ତି। ଏନେଇ ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଜନଶୁଣାଣିରେ ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଅଛନ୍ତି। ପ୍ରଥମେ ବାସେଳିସାହି ମୌଜା ଓ୍ବାର୍ଡ ନଂ ୩ରେ ଅଧିବାସୀଙ୍କ ଜନଶୁଣାଣି ଆରମ୍ଭ ହୋଇଛି। ପରେ ସୁରକ୍ଷା ବଳୟ ମଧ୍ୟରେ ଥିବା ମଣିକର୍ଣ୍ଣିିକା ସାହି ମୌଜା ୱାର୍ଡ ନଂ. ୪ ଓ ୯, କାଳିକାଦେବୀ ସାହି ମୌଜା ୱାର୍ଡ ନଂ. ୧୨, ଦୋଳମଣ୍ଡପ ସାହି ମୌଜା ୱାର୍ଡ ନଂ. ୧୫ ଓ ଚୁଡ଼ଙ୍ଗ ସାହି ମୌଜା ୱାର୍ଡ ନଂ. ୧୭ର ଜମି ଅଧିଗ୍ରହଣ ଲାଗି ଜନଶୁଣାଣି କରାଯିବ। ନୀଳାଦ୍ରି ଭକ୍ତ ନିବାସ ପରିସରରେ ଆଜି ସକାଳ ସାଢ଼େ ୯ଟାରୁ ଆରମ୍ଭ ହୋଇଥିବା ଏହି ଜନଶୁଣାଣି ଅପରାହ୍ନ ସାଢେ ୫ଟା ପର୍ଯ୍ୟନ୍ତ ୱାର୍ଡ ୱାରି ଚାଲିବ। ବାସେଳିସାହି ପରେ ମଣିକର୍ଣ୍ଣିିକା ସାହି, କାଳିକାଦେବୀ ସାହି, ଦୋଳମଣ୍ଡପ ସାହି ଓ ଶେଷରେ ଚୁଡ଼ଙ୍ଗ ସାହି ପାଇଁ ଜନଶୁଣାଣି କରାଯିବ। ପ୍ରକଳ୍ପ ପ୍ରଭାବିତ ୱାର୍ଡବାସୀ ଏହି ଜନଶୁଣାଣିରେ ଉପସ୍ଥିତ ରହି ଜମି ଅଧିଗ୍ରହଣ ଏବଂ ତତ୍‌ଜନିତ ସାମାଜିକ ପ୍ରଭାବ ବିବରଣୀ ଉପରେ ନିଜ ନିଜର ମତାମତ ଉପସ୍ଥାପନ କରିପାରିବେ।
ପ୍ରକାଶ ଯେ, ଶ୍ରୀଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱ ନିରାପତ୍ତା ବଳୟ ଉନ୍ନତିକରଣ ନିମନ୍ତେ ମୋଟ ୧୫.୧୯୧ ଏକର ଜମି ଅଧିଗ୍ରହଣ କରାଯିବାକୁ ସ୍ଥିର ହୋଇଛି। ଯେଉଁଥିରେ ୧୨.୫୪୪୫ ଏକର ଘରୋଇ ଏବଂ ୨.୬୪୬୫ ଏକର ସରକାରୀ ଜମି ରହିଛି। ଏଥିମଧ୍ୟରେ ପୁରୀ ତହସିଲ ଅନ୍ତର୍ଗତ ଉପରୋକ୍ତ ସାହିର ଜମି ରହିଛି। ଏଥିମଧ୍ୟରୁ ପ୍ରାୟ ୮୦ ପ୍ରତିଶତରୁ ଊର୍ଦ୍ଧ୍ୱ ଜମିର ବିକ୍ରି କବଲା ଶେଷ ହୋଇଥିବାବେଳେ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri