ଗ୍ରାମବାସୀଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ବିଧାୟକ: ଭଞ୍ଜନଗରର ୪୭ ପଞ୍ଚାୟତରେ ହେବ ଉନ୍ନତି, ଖର୍ଚ୍ଚ ହେବ ୨୩୫ କୋଟି

ଭଞ୍ଜନଗର,୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ପାଟରାପଲ୍ଲୀ ଗ୍ରାମବାସୀ ମଙ୍ଗଳବାର ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଭେଟି ଗ୍ରାମର ମନ୍ଦିର ସମେତ ଅନ୍ୟାନ୍ୟ ଉନ୍ନତୀ ପାଇଁ ସହଯୋଗ କାମନା କରିଛନ୍ତି। ଏହି ସମୟରେ ବିଧାୟକ ମନ୍ଦିର ଉନ୍ନତି ପାଇଁ ଯାହା ଅର୍ଥ ଆବଶ୍ୟକ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ଗ୍ରାମର ଅନ୍ୟାନ୍ୟ ଉନ୍ନତିକରଣର ପାଇଁ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ବିଧାୟକ କହିଛନ୍ତି।

ବିଧାୟକ ଆହୁରି କହିଛନ୍ତି, ଚଳିତବର୍ଷ ଠାରୁ ପ୍ରତି ପଞ୍ଚୟତର ଉନ୍ନତି ପାଇଁ ଏକ କୋଟି ଟଙ୍କା ବାର୍ଷିକ ଅନୁଦାନ ମିଳିବ। ୫ ବର୍ଷରେ ୫ କୋଟି ଟଙ୍କା ଗୋଟିଏ ପଞ୍ଚାୟତକୁ ଅନୁଦାନ ଦିଆଯିବ। ଏହିଭଳି ଭଞ୍ଜନଗର ନିର୍ବାଚନମଣ୍ଡଳୀର ସମସ୍ତ ୪୭ଟି ପଞ୍ଚାୟତର ଉନ୍ନତି ପାଇଁ ୫ ବର୍ଷରେ ୨୩୫ କୋଟି ଟଙ୍କା ଖର୍ଚ୍ଚ ହେବ। ଉକ୍ତ ଅର୍ଥ ସରପଞ୍ଚମାନେ ନିଜ ପଞ୍ଚାୟତର ଉନ୍ନତି ପାଇଁ ଖର୍ଚ୍ଚ କରିବେ । କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ଏହି ଯୋଜନା ଲାଗୁ କରିଛନ୍ତି। ରାଜ୍ୟର ସମସ୍ତ ପଞ୍ଚାୟତକୁ ଏହିଭଳି ଅନୁଦାନ ଦିଆଯିବ। ଏହାଦ୍ବାରା ଗ୍ରାମାଞ୍ଚଳର ବିକାଶ ହୋଇ ପାରିବ ବୋଲି ବିଧାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri