ଗ୍ରାମବାସୀଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ବିଧାୟକ: ଭଞ୍ଜନଗରର ୪୭ ପଞ୍ଚାୟତରେ ହେବ ଉନ୍ନତି, ଖର୍ଚ୍ଚ ହେବ ୨୩୫ କୋଟି

ଭଞ୍ଜନଗର,୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ପାଟରାପଲ୍ଲୀ ଗ୍ରାମବାସୀ ମଙ୍ଗଳବାର ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଭେଟି ଗ୍ରାମର ମନ୍ଦିର ସମେତ ଅନ୍ୟାନ୍ୟ ଉନ୍ନତୀ ପାଇଁ ସହଯୋଗ କାମନା କରିଛନ୍ତି। ଏହି ସମୟରେ ବିଧାୟକ ମନ୍ଦିର ଉନ୍ନତି ପାଇଁ ଯାହା ଅର୍ଥ ଆବଶ୍ୟକ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ଗ୍ରାମର ଅନ୍ୟାନ୍ୟ ଉନ୍ନତିକରଣର ପାଇଁ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ବିଧାୟକ କହିଛନ୍ତି।

ବିଧାୟକ ଆହୁରି କହିଛନ୍ତି, ଚଳିତବର୍ଷ ଠାରୁ ପ୍ରତି ପଞ୍ଚୟତର ଉନ୍ନତି ପାଇଁ ଏକ କୋଟି ଟଙ୍କା ବାର୍ଷିକ ଅନୁଦାନ ମିଳିବ। ୫ ବର୍ଷରେ ୫ କୋଟି ଟଙ୍କା ଗୋଟିଏ ପଞ୍ଚାୟତକୁ ଅନୁଦାନ ଦିଆଯିବ। ଏହିଭଳି ଭଞ୍ଜନଗର ନିର୍ବାଚନମଣ୍ଡଳୀର ସମସ୍ତ ୪୭ଟି ପଞ୍ଚାୟତର ଉନ୍ନତି ପାଇଁ ୫ ବର୍ଷରେ ୨୩୫ କୋଟି ଟଙ୍କା ଖର୍ଚ୍ଚ ହେବ। ଉକ୍ତ ଅର୍ଥ ସରପଞ୍ଚମାନେ ନିଜ ପଞ୍ଚାୟତର ଉନ୍ନତି ପାଇଁ ଖର୍ଚ୍ଚ କରିବେ । କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ଏହି ଯୋଜନା ଲାଗୁ କରିଛନ୍ତି। ରାଜ୍ୟର ସମସ୍ତ ପଞ୍ଚାୟତକୁ ଏହିଭଳି ଅନୁଦାନ ଦିଆଯିବ। ଏହାଦ୍ବାରା ଗ୍ରାମାଞ୍ଚଳର ବିକାଶ ହୋଇ ପାରିବ ବୋଲି ବିଧାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri